34ପୁଣି, ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ପ୍ରତି ଯାହା ଘଟିବ, ତାହା ତୁମ୍ଭ ପାଇଁ ଚିହ୍ନସ୍ୱରୂପ ହେବ; ସେ ଦୁହେଁ ଏକ ଦିନରେ ମରିବେ।
35ପୁଣି, ଆମ୍ଭେ ଆପଣା ନିମନ୍ତେ ଏକ ବିଶ୍ୱସ୍ତ ଯାଜକ ଉତ୍ପନ୍ନ କରିବା, ସେ ଆମ୍ଭ ମନ ଓ ଆମ୍ଭ ହୃଦୟ ଅନୁସାରେ କର୍ମ କରିବ; ଆଉ ଆମ୍ଭେ ତାହାର ବଂଶ ସ୍ଥିର କରିବା; ପୁଣି, ସେ ଆମ୍ଭ ଅଭିଷିକ୍ତଙ୍କ ସମ୍ମୁଖରେ ସର୍ବଦା ଗମନାଗମନ କରିବ।
36ଆଉ, ତୁମ୍ଭ ବଂଶର ଅବଶିଷ୍ଟ ପ୍ରତ୍ୟେକ ଜଣ ଏକ ରୂପା ମୁଦ୍ରା ଓ ଏକ ରୁଟି ପାଇଁ ତାହା ପାଖକୁ ଆସି ପ୍ରଣାମ କରି କହିବେ, ବିନୟ କରୁଅଛି, ମୁଁ ଯେପରି ଖଣ୍ଡେ ରୁଟି ଖାଇବାକୁ ପାଇବି, ଏଥିପାଇଁ କୌଣସି ଯାଜକତ୍ୱ ପଦରେ ମୋତେ ରଖ।’”