4ବୀରମାନଙ୍କର ଧନୁ ଭଙ୍ଗା ଯାଇଅଛି ଓ ଝୁଣ୍ଟି ପଡ଼ିବା ଲୋକମାନଙ୍କର କଟି ବଳରେ ବନ୍ଧାଯାଇଅଛି।
5ଯେଉଁମାନେ ପରିତୃପ୍ତ ଥିଲେ, ସେମାନେ ଆପେ ଖାଦ୍ୟ ନିମନ୍ତେ ବେତନଜୀବୀ ହୋଇଅଛନ୍ତି ଓ ଯେଉଁମାନେ କ୍ଷୁଧିତ ଥିଲେ, ସେମାନେ ବିଶ୍ରାମ ପାଇଅଛନ୍ତି; ହଁ, ବନ୍ଧ୍ୟା ସପ୍ତ ସନ୍ତାନ ପ୍ରସବ କରିଅଛି ଓ ଯାହାର ଅନେକ ସନ୍ତାନସନ୍ତତି ଥିଲେ, ସେ ନିସ୍ତେଜ ହେଉଅଛି।
6ସଦାପ୍ରଭୁ ମୃତ୍ୟୁୁ ଘଟାନ୍ତି ଓ ସଜୀବ କରନ୍ତି; ସେ ପାତାଳକୁ ଓହ୍ଲାଇ ଆଣନ୍ତି ଓ ଉପରକୁ ଉଠାଇ ନିଅନ୍ତି।
7ସଦାପ୍ରଭୁ ନିର୍ଦ୍ଧନ କରନ୍ତି ଓ ଧନବାନ କରନ୍ତି; ସେ ନତ କରନ୍ତି, ସେ ମଧ୍ୟ ଉନ୍ନତ କରନ୍ତି।
8ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି।