6ସଦାପ୍ରଭୁ ମୃତ୍ୟୁୁ ଘଟାନ୍ତି ଓ ସଜୀବ କରନ୍ତି; ସେ ପାତାଳକୁ ଓହ୍ଲାଇ ଆଣନ୍ତି ଓ ଉପରକୁ ଉଠାଇ ନିଅନ୍ତି।
7ସଦାପ୍ରଭୁ ନିର୍ଦ୍ଧନ କରନ୍ତି ଓ ଧନବାନ କରନ୍ତି; ସେ ନତ କରନ୍ତି, ସେ ମଧ୍ୟ ଉନ୍ନତ କରନ୍ତି।
8ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି।
9ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ; ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ।
10ଯେଉଁମାନେ ସଦାପ୍ରଭୁଙ୍କ ସହିତ ବିବାଦ କରନ୍ତି, ସେମାନେ ଭଗ୍ନ ହେବେ; ସେ ସ୍ୱର୍ଗରେ ଥାଇ ସେମାନଙ୍କ ବିରୁଦ୍ଧରେ ଗର୍ଜ୍ଜନ କରିବେ; ସଦାପ୍ରଭୁ ପୃଥିବୀର ପ୍ରାନ୍ତଭାଗ ପର୍ଯ୍ୟନ୍ତ ଶାସନ କରିବେ ଓ ସେ ଆପଣା ରାଜାକୁ ବଳ ଦେବେ, ପୁଣି, ଆପଣା ଅଭିଷେକୀଙ୍କ ଶୃଙ୍ଗ ଉନ୍ନତ କରିବେ।”