8ଏହେତୁ ତୁମ୍ଭେ ଆପଣାର ଦାସ ପ୍ରତି ଦୟା କର; କାରଣ ତୁମ୍ଭେ ଆପଣା ସହିତ ଆପଣା ଦାସକୁ ସଦାପ୍ରଭୁଙ୍କ ଏକ ନିୟମରେ ଆବଦ୍ଧ କରିଅଛ; ମାତ୍ର ମୋହର ଯେବେ କୌଣସି ଅପରାଧ ଥାଏ, ତେବେ ତୁମ୍ଭେ ନିଜେ ମୋତେ ବଧ କର; ତୁମ୍ଭ ପିତାଙ୍କ ନିକଟକୁ କାହିଁକି ମୋତେ ନେଇଯିବ?”
9ତହିଁରେ ଯୋନାଥନ କହିଲା, “ତାହା ତୁମ୍ଭଠାରୁ ଦୂର ହେଉ; କାରଣ ତୁମ୍ଭ ପ୍ରତି ଅମଙ୍ଗଳ ଘଟଣା ମୋʼ ପିତାଙ୍କ ଦ୍ୱାରା ସ୍ଥିର ହୋଇଥିବାର ଯେବେ ମୁଁ ଜାଣିବି, ତେବେ ମୁଁ କି ତାହା ତୁମ୍ଭକୁ କହିବି ନାହିଁ?”
10ତହୁଁ ଦାଉଦ ଯୋନାଥନକୁ କହିଲେ, “ତୁମ୍ଭ ପିତା ଯେବେ କଟୁ ଭାବରେ ତୁମ୍ଭକୁ ଉତ୍ତର ଦେବେ, ତେବେ କିଏ ମୋତେ କହିବ?”
11ତହିଁରେ ଯୋନାଥନ ଦାଉଦଙ୍କୁ କହିଲା, “ଆସ, ଆମ୍ଭେମାନେ କ୍ଷେତ୍ରକୁ ଯାଉ।” ତହିଁରେ ସେ ଦୁହେଁ ବାହାରି କ୍ଷେତ୍ରକୁ ଗଲେ।
12ଏଉତ୍ତାରେ ଯୋନାଥନ ଦାଉଦଙ୍କୁ କହିଲା, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସାକ୍ଷୀ ରହିଲେ; ମୁଁ କାଲି ଏହି ସମୟରେ ବା ତୃତୀୟ ଦିନରେ ଆପଣା ପିତାଙ୍କ ମନ ବୁଝିଲା ଉତ୍ତାରେ, ଦେଖ, ଯେବେ ଦାଉଦଙ୍କ ପକ୍ଷରେ ମଙ୍ଗଳ ଥାଏ, ତେବେ ମୁଁ ତୁମ୍ଭ କତିକି ଲୋକ ପଠାଇ କି ତାହା ତୁମ୍ଭ କର୍ଣ୍ଣଗୋଚର ନ କରିବି?