11ତହିଁରେ ଯୋନାଥନ ଦାଉଦଙ୍କୁ କହିଲା, “ଆସ, ଆମ୍ଭେମାନେ କ୍ଷେତ୍ରକୁ ଯାଉ।” ତହିଁରେ ସେ ଦୁହେଁ ବାହାରି କ୍ଷେତ୍ରକୁ ଗଲେ।
12ଏଉତ୍ତାରେ ଯୋନାଥନ ଦାଉଦଙ୍କୁ କହିଲା, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସାକ୍ଷୀ ରହିଲେ; ମୁଁ କାଲି ଏହି ସମୟରେ ବା ତୃତୀୟ ଦିନରେ ଆପଣା ପିତାଙ୍କ ମନ ବୁଝିଲା ଉତ୍ତାରେ, ଦେଖ, ଯେବେ ଦାଉଦଙ୍କ ପକ୍ଷରେ ମଙ୍ଗଳ ଥାଏ, ତେବେ ମୁଁ ତୁମ୍ଭ କତିକି ଲୋକ ପଠାଇ କି ତାହା ତୁମ୍ଭ କର୍ଣ୍ଣଗୋଚର ନ କରିବି?
13ତୁମ୍ଭର ଅମଙ୍ଗଳ କରିବା ମୋʼ ପିତାଙ୍କର ମାନସ ଥିଲେ, ଯେବେ ମୁଁ ତାହା ତୁମ୍ଭ କର୍ଣ୍ଣଗୋଚର ନ କରେ ଓ ତୁମ୍ଭେ କୁଶଳରେ ଯିବା ପାଇଁ ଯେବେ ତୁମ୍ଭକୁ ପଠାଇ ନ ଦିଏ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ। ସଦାପ୍ରଭୁ ଯେପରି ମୋ ପିତାଙ୍କ ସଙ୍ଗୀ ହୋଇଅଛନ୍ତି, ସେପରି ତୁମ୍ଭ ସଙ୍ଗରେ ହେଉନ୍ତୁ।
14ହେଲେ ମୁଁ ଯେପରି ନ ମରେ, ଏଥିପାଇଁ ମୋହର ଯାବଜ୍ଜୀବନ ତୁମ୍ଭେ ସଦାପ୍ରଭୁଙ୍କ ଦୟା ମୋʼ ପ୍ରତି ପ୍ରକାଶ କରିବ;
15କେବଳ ତାହା ନୁହେଁ, ସଦାକାଳ ମୋʼ ବଂଶରୁ ତୁମ୍ଭେ ଆପଣା ଦୟା ଉଚ୍ଛିନ୍ନ କରିବ ନାହିଁ; ନା, ସଦାପ୍ରଭୁ ଦାଉଦଙ୍କର ପ୍ରତ୍ୟେକ ଶତ୍ରୁକୁ ଭୂତଳରୁ ଉଚ୍ଛିନ୍ନ କଲା ଉତ୍ତାରେ ମଧ୍ୟ କରିବ ନାହିଁ।”