ପ୍ରଥମ ଶାମୁୟେଲ 20

ପୁଣି, ଯୋନାଥନ ତାଙ୍କୁ କହିଲା, “କାଲି ଅମାବାସ୍ୟା; ଆଉ ତୁମ୍ଭ ଆସନ ଶୂନ୍ୟ ହେଲେ ତୁମ୍ଭେ ଖୋଜାଯିବ।

1 Samuel 20:18 (UKJV) Then Jonathan said to David, Tomorrow is the new moon: and you shall be missed, because your seat will be empty.

16ଏହିରୂପେ ଯୋନାଥନ ଦାଉଦ ବଂଶ ସହିତ ନିୟମ ସ୍ଥିର କରି କହିଲା, “ସଦାପ୍ରଭୁ ଦାଉଦଙ୍କ ଶତ୍ରୁମାନଙ୍କ ହସ୍ତରୁ ପରିଶୋଧ ନେବେ।”

17ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା, କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା।

18ପୁଣି, ଯୋନାଥନ ତାଙ୍କୁ କହିଲା, “କାଲି ଅମାବାସ୍ୟା; ଆଉ ତୁମ୍ଭ ଆସନ ଶୂନ୍ୟ ହେଲେ ତୁମ୍ଭେ ଖୋଜାଯିବ।

19ଏଣୁ ତୁମ୍ଭେ ତିନି ଦିନ ରହିଲା ଉତ୍ତାରେ ଶୀଘ୍ର ଯାଇ କାର୍ଯ୍ୟଦିନରେ ଯେଉଁଠାରେ ଆପଣାକୁ ଲୁଚାଇଥିଲ, ସେହି ସ୍ଥାନରେ ଏଷଲ ନାମକ ପଥର ପାଖରେ ରହିବ।

20ପୁଣି, ମୁଁ ଲକ୍ଷ୍ୟ କରିବା ଛଳରେ ତହିଁର ପାର୍ଶ୍ୱକୁ ତିନି ତୀର ମାରିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.