17ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା, କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା।
18ପୁଣି, ଯୋନାଥନ ତାଙ୍କୁ କହିଲା, “କାଲି ଅମାବାସ୍ୟା; ଆଉ ତୁମ୍ଭ ଆସନ ଶୂନ୍ୟ ହେଲେ ତୁମ୍ଭେ ଖୋଜାଯିବ।
19ଏଣୁ ତୁମ୍ଭେ ତିନି ଦିନ ରହିଲା ଉତ୍ତାରେ ଶୀଘ୍ର ଯାଇ କାର୍ଯ୍ୟଦିନରେ ଯେଉଁଠାରେ ଆପଣାକୁ ଲୁଚାଇଥିଲ, ସେହି ସ୍ଥାନରେ ଏଷଲ ନାମକ ପଥର ପାଖରେ ରହିବ।
20ପୁଣି, ମୁଁ ଲକ୍ଷ୍ୟ କରିବା ଛଳରେ ତହିଁର ପାର୍ଶ୍ୱକୁ ତିନି ତୀର ମାରିବି।
21ଆଉ ଦେଖ, ମୁଁ ଏକ ବାଳକକୁ ପଠାଇ କହିବି, ‘ଯାଇ ତୀର ଖୋଜ।’ ମୁଁ ଯେବେ ସେହି ବାଳକକୁ କହେ, ‘ଦେଖ, ତୀର ତୁମ୍ଭ ଏପାଖରେ ଅଛି,’ ତାହା ନେଇଆସ; ତେବେ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପାଇଁ ମଙ୍ଗଳ ଅଛି, କୌଣସି ଭୟ ନାହିଁ।