1ଏଥିଉତ୍ତାରେ ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, “ମୁଁ କଅଣ କଲି? ମୋହର ଅପରାଧ କଅଣ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି?”
2ତହୁଁ ସେ ତାଙ୍କୁ କହିଲା; “ଏହା ନ ହେଉ; ତୁମ୍ଭେ ମରିବ ନାହିଁ; ଦେଖ, ମୋହର ପିତା ମୋର କର୍ଣ୍ଣଗୋଚର ନ କରି ବଡ଼ କି ସାନ କୌଣସି କର୍ମ କରନ୍ତି ନାହିଁ; ତେବେ ମୋହର ପିତା ମୋʼ ଠାରୁ ଏହି କଥା କାହିଁକି ଗୋପନ କରିବେ? ସେପରି ନୁହେଁ।”
3ତହିଁରେ ଦାଉଦ ଶପଥ କରି ପୁନର୍ବାର କହିଲେ, “ମୁଁ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ତୁମ୍ଭ ପିତା ଉତ୍ତମ ରୂପେ ଜାଣନ୍ତି; ଏଣୁ ସେ କହନ୍ତି, ଯୋନାଥନ ଏହା ନ ଜାଣୁ, ଜାଣିଲେ ସେ ଦୁଃଖିତ ହେବ; ମାତ୍ର ଯାହାହେଉ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ କହୁଅଛି ଯେ, ମୋର ଓ ମରଣ ମଧ୍ୟରେ ପାହୁଣ୍ଡେ ମାତ୍ର ଅଛି।”
4ତେବେ ଯୋନାଥନ ଦାଉଦଙ୍କୁ କହିଲା, “ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ତାହା ମୁଁ ତୁମ୍ଭ ପାଇଁ କରିବି।”