ପ୍ରଥମ ଶାମୁୟେଲ 20

ତହିଁରେ ଦାଉଦ କ୍ଷେତ୍ରରେ ଲୁଚିଲେ; ପୁଣି, ଅମାବାସ୍ୟା ଉପସ୍ଥିତ ହୁଅନ୍ତେ, ରାଜା ଭୋଜନରେ ବସିଲେ।

1 Samuel 20:24 (UKJV) So David hid himself in the field: and when the new moon was come, the king sat him down to eat food.

22ମାତ୍ର ଦେଖ, ତୁମ୍ଭ ସେପାଖରେ ତୀର ଅଛି, ଯେବେ ମୁଁ ସେ ବାଳକକୁ ଏପରି କହେ; ତେବେ ତୁମ୍ଭେ ଚାଲିଯାଅ; କାରଣ ସଦାପ୍ରଭୁ ତୁମ୍ଭକୁ ବିଦାୟ କଲେ।

23ଆଉ ଦେଖ, ତୁମ୍ଭର ଓ ମୋହର ଏହି କଥୋପକଥନ ବିଷୟରେ ସଦାପ୍ରଭୁ ତୁମ୍ଭ ଓ ମୋʼ ମଧ୍ୟରେ ସାକ୍ଷୀ ରହିଲେ।”

24ତହିଁରେ ଦାଉଦ କ୍ଷେତ୍ରରେ ଲୁଚିଲେ; ପୁଣି, ଅମାବାସ୍ୟା ଉପସ୍ଥିତ ହୁଅନ୍ତେ, ରାଜା ଭୋଜନରେ ବସିଲେ।

25ଆଉ ରାଜା ଅନ୍ୟ ସମୟ ପରି କାନ୍ଥ ନିକଟସ୍ଥ ଆପଣା ଆସନରେ ବସିଲେ; ଏଥିରେ ଯୋନାଥନ ଠିଆ ହେଲା ଓ ଅବ୍‍ନର ଶାଉଲଙ୍କ ପାଖରେ ବସିଲା; ମାତ୍ର ଦାଉଦଙ୍କର ସ୍ଥାନ ଶୂନ୍ୟ ଥିଲା।

26ତଥାପି ସେହି ଦିନ ଶାଉଲ କିଛି କହିଲେ ନାହିଁ; କାରଣ ସେ ବିଚାର କଲେ, ତାହାକୁ କିଛି ଘଟିଅଛି, ସେ ଶୁଚି ନାହିଁ; ସେ ଅବଶ୍ୟ ଶୁଚି ନ ଥିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.