24ତହିଁରେ ଦାଉଦ କ୍ଷେତ୍ରରେ ଲୁଚିଲେ; ପୁଣି, ଅମାବାସ୍ୟା ଉପସ୍ଥିତ ହୁଅନ୍ତେ, ରାଜା ଭୋଜନରେ ବସିଲେ।
25ଆଉ ରାଜା ଅନ୍ୟ ସମୟ ପରି କାନ୍ଥ ନିକଟସ୍ଥ ଆପଣା ଆସନରେ ବସିଲେ; ଏଥିରେ ଯୋନାଥନ ଠିଆ ହେଲା ଓ ଅବ୍ନର ଶାଉଲଙ୍କ ପାଖରେ ବସିଲା; ମାତ୍ର ଦାଉଦଙ୍କର ସ୍ଥାନ ଶୂନ୍ୟ ଥିଲା।
26ତଥାପି ସେହି ଦିନ ଶାଉଲ କିଛି କହିଲେ ନାହିଁ; କାରଣ ସେ ବିଚାର କଲେ, ତାହାକୁ କିଛି ଘଟିଅଛି, ସେ ଶୁଚି ନାହିଁ; ସେ ଅବଶ୍ୟ ଶୁଚି ନ ଥିବ।
27ମାତ୍ର ଅମାବାସ୍ୟାର ପର ଦିବସ ଦ୍ୱିତୀୟ ଦିନରେ ଦାଉଦଙ୍କର ସ୍ଥାନ ଶୂନ୍ୟ ହେଲା; ତହିଁରେ ଶାଉଲ ଆପଣା ପୁତ୍ର ଯୋନାଥନକୁ କହିଲେ, “ଯିଶୀର ପୁତ୍ର କାହିଁକି ଭୋଜନକୁ ଆସୁ ନାହିଁ, କାଲି ନାହିଁ କି ଆଜି ନାହିଁ?”
28ତହୁଁ ଯୋନାଥନ ଶାଉଲଙ୍କୁ ଉତ୍ତର କଲା, “ଦାଉଦ ବେଥଲିହିମକୁ ଯିବା ପାଇଁ ମୋତେ ବହୁତ କହିଲା,