28ତହୁଁ ଯୋନାଥନ ଶାଉଲଙ୍କୁ ଉତ୍ତର କଲା, “ଦାଉଦ ବେଥଲିହିମକୁ ଯିବା ପାଇଁ ମୋତେ ବହୁତ କହିଲା,
29ଆଉ ସେ କହିଲା, ‘ବିନୟ କରୁଅଛି, ମୋତେ ଯିବାକୁ ଦିଅ; କାରଣ ନଗରରେ ମୋର ପରିବାର ପାଇଁ ବଳିଦାନ ହେବାର ଅଛି ଓ ସେଠାରେ ଉପସ୍ଥିତ ହେବା ପାଇଁ ମୋହର ଭାଇ ମୋତେ ଆଜ୍ଞା ଦେଇଅଛନ୍ତି।’ ଏହେତୁ ମୁଁ ଯେବେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି ମୋର ଭାଇମାନଙ୍କୁ ଦେଖିବା ପାଇଁ ମୋତେ ଛାଡ଼ିଦିଅ। ଏହି କାରଣରୁ ସେ ରାଜାଙ୍କ ମେଜକୁ ଆସି ନାହିଁ।”
30ଏଥିରେ ଯୋନାଥନ ପ୍ରତି ଶାଉଲଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସେ ତାହାକୁ କହିଲେ, “ଆରେ ବିପଥଗାମିନୀ ଦ୍ରୋହିଣୀର ପୁତ୍ର, ତୁ ଯେ ଆପଣାର ଲଜ୍ଜା ଓ ଆପଣା ମାତାର ଆବରଣୀୟର ଲଜ୍ଜା ନିମନ୍ତେ ଯିଶୀର ପୁତ୍ରକୁ ମନୋନୀତ କରିଅଛୁ, ଏହା କʼଣ ମୁଁ ଜାଣୁ ନାହିଁ?
31କାରଣ ସେହି ଯିଶୀର ପୁତ୍ର ଯେଯାଏ ଭୂତଳରେ ବଞ୍ଚିଥାଏ, ସେଯାଏ, ତୁ, କି ତୋʼ ରାଜ୍ୟ ସ୍ଥିର ହେବ ନାହିଁ। ଏଥିପାଇଁ ଏବେ ଲୋକ ପଠାଇ ତାକୁ ମୋʼ କତିକି ଆଣ, କାରଣ ସେ ନିଶ୍ଚୟ ମରିବ।”
32ତହିଁରେ ଯୋନାଥନ ଆପଣା ପିତା ଶାଉଲଙ୍କୁ ଉତ୍ତର କରି କହିଲା, “ସେ କାହିଁକି ହତ ହେବ? ସେ କଅଣ କରିଅଛି?”