30ଏଥିରେ ଯୋନାଥନ ପ୍ରତି ଶାଉଲଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସେ ତାହାକୁ କହିଲେ, “ଆରେ ବିପଥଗାମିନୀ ଦ୍ରୋହିଣୀର ପୁତ୍ର, ତୁ ଯେ ଆପଣାର ଲଜ୍ଜା ଓ ଆପଣା ମାତାର ଆବରଣୀୟର ଲଜ୍ଜା ନିମନ୍ତେ ଯିଶୀର ପୁତ୍ରକୁ ମନୋନୀତ କରିଅଛୁ, ଏହା କʼଣ ମୁଁ ଜାଣୁ ନାହିଁ?
31କାରଣ ସେହି ଯିଶୀର ପୁତ୍ର ଯେଯାଏ ଭୂତଳରେ ବଞ୍ଚିଥାଏ, ସେଯାଏ, ତୁ, କି ତୋʼ ରାଜ୍ୟ ସ୍ଥିର ହେବ ନାହିଁ। ଏଥିପାଇଁ ଏବେ ଲୋକ ପଠାଇ ତାକୁ ମୋʼ କତିକି ଆଣ, କାରଣ ସେ ନିଶ୍ଚୟ ମରିବ।”
32ତହିଁରେ ଯୋନାଥନ ଆପଣା ପିତା ଶାଉଲଙ୍କୁ ଉତ୍ତର କରି କହିଲା, “ସେ କାହିଁକି ହତ ହେବ? ସେ କଅଣ କରିଅଛି?”
33ତହୁଁ ଶାଉଲ ତାହାକୁ ଆଘାତ କରିବା ପାଇଁ ତାହା ଉପରକୁ ଆପଣା ବର୍ଚ୍ଛା ଫୋପାଡ଼ିଲେ; ତଦ୍ଦ୍ୱାରା ଯୋନାଥନ ଜାଣିଲା ଯେ, ଦାଉଦଙ୍କୁ ବଧ କରିବା ଆପଣା ପିତାଙ୍କ ଦ୍ୱାରା ସ୍ଥିରୀକୃତ ହୋଇଅଛି।
34ଏହେତୁ ଯୋନାଥନ ପ୍ରଚଣ୍ଡ କ୍ରୋଧରେ ମେଜରୁ ଉଠିଲା ଓ ମାସର ଦ୍ୱିତୀୟ ଦିନରେ କିଛି ଭୋଜନ କଲା ନାହିଁ; କାରଣ ତାହାର ପିତା ଦାଉଦଙ୍କର ଅପକାର କରିବାରୁ ସେ ତାଙ୍କ ଲାଗି ଦୁଃଖିତ ହେଲା।