ପ୍ରଥମ ଶାମୁୟେଲ 20

ଆଉ ଯୋନାଥନ ଯେଉଁ ସ୍ଥାନକୁ ତୀର ମାରିଥିଲା, ସେହି ସ୍ଥାନରେ ବାଳକ ଉପସ୍ଥିତ ହୁଅନ୍ତେ, ଯୋନାଥନ ବାଳକକୁ ଡାକି କହିଲା, “ତୀର ତୋʼ ସେପାଖରେ ଅଛି ପରା?”

1 Samuel 20:37 (UKJV) And when the lad was come to the place of the arrow which Jonathan had shot, Jonathan cried after the lad, and said, Is not the arrow beyond you?

35ଏଉତ୍ତାରେ ପ୍ରାତଃକାଳରେ ଯୋନାଥନ ଦାଉଦଙ୍କ ସହିତ ନିରୂପିତ ସମୟରେ କ୍ଷେତ୍ରକୁ ବାହାରିଗଲା, ଆଉ ତାହା ସଙ୍ଗେ ଗୋଟିଏ ସାନ ବାଳକ ଥିଲା।

36ପୁଣି, ସେ ଆପଣା ବାଳକକୁ କହିଲା, “ମୁଁ ଯେଉଁ ତୀର ମାରିବି, ତାହାସବୁ ତୁ ଦୌଡ଼ିଯାଇ ଖୋଜ।” ଏଥିରେ ବାଳକ ଦୌଡ଼ନ୍ତେ, ସେ ତାହା ଉପର ଦେଇ ଯିବାକୁ ତୀର ମାରିଲା।

37ଆଉ ଯୋନାଥନ ଯେଉଁ ସ୍ଥାନକୁ ତୀର ମାରିଥିଲା, ସେହି ସ୍ଥାନରେ ବାଳକ ଉପସ୍ଥିତ ହୁଅନ୍ତେ, ଯୋନାଥନ ବାଳକକୁ ଡାକି କହିଲା, “ତୀର ତୋʼ ସେପାଖରେ ଅଛି ପରା?”

38ଆହୁରି ଯୋନାଥନ ବାଳକକୁ ଡାକି କହିଲା, “ଚଞ୍ଚଳ ଦୌଡ଼୍‍, ରହ ନା।” ତହିଁରେ ଯୋନାଥନର ବାଳକ ତୀର ସାଉଣ୍ଟି ଆପଣା ପ୍ରଭୁ ନିକଟକୁ ଆସିଲା।

39ମାତ୍ର ସେ ବାଳକ କିଛି ଜାଣିଲା ନାହିଁ; କେବଳ ଯୋନାଥନ ଓ ଦାଉଦ ସେ କଥା ଜାଣିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.