ପ୍ରଥମ ଶାମୁୟେଲ 20

ଆହୁରି ଯୋନାଥନ ବାଳକକୁ ଡାକି କହିଲା, “ଚଞ୍ଚଳ ଦୌଡ଼୍‍, ରହ ନା।” ତହିଁରେ ଯୋନାଥନର ବାଳକ ତୀର ସାଉଣ୍ଟି ଆପଣା ପ୍ରଭୁ ନିକଟକୁ ଆସିଲା।

1 Samuel 20:38 (UKJV) And Jonathan cried after the lad, Make speed, haste, stay not. And Jonathan's lad gathered up the arrows, and came to his master.

36ପୁଣି, ସେ ଆପଣା ବାଳକକୁ କହିଲା, “ମୁଁ ଯେଉଁ ତୀର ମାରିବି, ତାହାସବୁ ତୁ ଦୌଡ଼ିଯାଇ ଖୋଜ।” ଏଥିରେ ବାଳକ ଦୌଡ଼ନ୍ତେ, ସେ ତାହା ଉପର ଦେଇ ଯିବାକୁ ତୀର ମାରିଲା।

37ଆଉ ଯୋନାଥନ ଯେଉଁ ସ୍ଥାନକୁ ତୀର ମାରିଥିଲା, ସେହି ସ୍ଥାନରେ ବାଳକ ଉପସ୍ଥିତ ହୁଅନ୍ତେ, ଯୋନାଥନ ବାଳକକୁ ଡାକି କହିଲା, “ତୀର ତୋʼ ସେପାଖରେ ଅଛି ପରା?”

38ଆହୁରି ଯୋନାଥନ ବାଳକକୁ ଡାକି କହିଲା, “ଚଞ୍ଚଳ ଦୌଡ଼୍‍, ରହ ନା।” ତହିଁରେ ଯୋନାଥନର ବାଳକ ତୀର ସାଉଣ୍ଟି ଆପଣା ପ୍ରଭୁ ନିକଟକୁ ଆସିଲା।

39ମାତ୍ର ସେ ବାଳକ କିଛି ଜାଣିଲା ନାହିଁ; କେବଳ ଯୋନାଥନ ଓ ଦାଉଦ ସେ କଥା ଜାଣିଲେ।

40ଏଉତ୍ତାରେ ଯୋନାଥନ ଆପଣା ବାଳକ ହସ୍ତରେ ଆପଣା ଶସ୍ତ୍ରାଦି ଦେଇ ତାହାକୁ କହିଲା, “ଯା, ଏସବୁ ନଗରକୁ ନେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.