37ଆଉ ଯୋନାଥନ ଯେଉଁ ସ୍ଥାନକୁ ତୀର ମାରିଥିଲା, ସେହି ସ୍ଥାନରେ ବାଳକ ଉପସ୍ଥିତ ହୁଅନ୍ତେ, ଯୋନାଥନ ବାଳକକୁ ଡାକି କହିଲା, “ତୀର ତୋʼ ସେପାଖରେ ଅଛି ପରା?”
38ଆହୁରି ଯୋନାଥନ ବାଳକକୁ ଡାକି କହିଲା, “ଚଞ୍ଚଳ ଦୌଡ଼୍, ରହ ନା।” ତହିଁରେ ଯୋନାଥନର ବାଳକ ତୀର ସାଉଣ୍ଟି ଆପଣା ପ୍ରଭୁ ନିକଟକୁ ଆସିଲା।
39ମାତ୍ର ସେ ବାଳକ କିଛି ଜାଣିଲା ନାହିଁ; କେବଳ ଯୋନାଥନ ଓ ଦାଉଦ ସେ କଥା ଜାଣିଲେ।
40ଏଉତ୍ତାରେ ଯୋନାଥନ ଆପଣା ବାଳକ ହସ୍ତରେ ଆପଣା ଶସ୍ତ୍ରାଦି ଦେଇ ତାହାକୁ କହିଲା, “ଯା, ଏସବୁ ନଗରକୁ ନେ।”
41ପୁଣି, ବାଳକ ଯିବା ମାତ୍ରେ ଦାଉଦ ଦକ୍ଷିଣ ଆଡ଼ର ଏକ ସ୍ଥାନରୁ ଉଠିଲେ ଓ ଭୂମିଷ୍ଠ ହୋଇ ତିନି ଥର ପ୍ରଣାମ କଲେ; ପୁଣି, ସେମାନେ ପରସ୍ପରକୁ ଚୁମ୍ବନ କଲେ ଓ ଏକଆରେକ ସଙ୍ଗେ ରୋଦନ କଲେ, ମାତ୍ର ଦାଉଦ ବଳି ପଡ଼ିଲେ।