38ଆହୁରି ଯୋନାଥନ ବାଳକକୁ ଡାକି କହିଲା, “ଚଞ୍ଚଳ ଦୌଡ଼୍, ରହ ନା।” ତହିଁରେ ଯୋନାଥନର ବାଳକ ତୀର ସାଉଣ୍ଟି ଆପଣା ପ୍ରଭୁ ନିକଟକୁ ଆସିଲା।
39ମାତ୍ର ସେ ବାଳକ କିଛି ଜାଣିଲା ନାହିଁ; କେବଳ ଯୋନାଥନ ଓ ଦାଉଦ ସେ କଥା ଜାଣିଲେ।
40ଏଉତ୍ତାରେ ଯୋନାଥନ ଆପଣା ବାଳକ ହସ୍ତରେ ଆପଣା ଶସ୍ତ୍ରାଦି ଦେଇ ତାହାକୁ କହିଲା, “ଯା, ଏସବୁ ନଗରକୁ ନେ।”
41ପୁଣି, ବାଳକ ଯିବା ମାତ୍ରେ ଦାଉଦ ଦକ୍ଷିଣ ଆଡ଼ର ଏକ ସ୍ଥାନରୁ ଉଠିଲେ ଓ ଭୂମିଷ୍ଠ ହୋଇ ତିନି ଥର ପ୍ରଣାମ କଲେ; ପୁଣି, ସେମାନେ ପରସ୍ପରକୁ ଚୁମ୍ବନ କଲେ ଓ ଏକଆରେକ ସଙ୍ଗେ ରୋଦନ କଲେ, ମାତ୍ର ଦାଉଦ ବଳି ପଡ଼ିଲେ।
42ଏଥିରେ ଯୋନାଥନ ଦାଉଦଙ୍କୁ କହିଲା, “କୁଶଳରେ ଯାଅ, ଆମ୍ଭେ ଦୁହେଁ ତ ସଦାପ୍ରଭୁଙ୍କ ନାମରେ ଶପଥ କରି କହିଅଛୁ, ସଦାପ୍ରଭୁ ସର୍ବଦା ମୋର ଓ ତୁମ୍ଭର, ପୁଣି, ମୋʼ ବଂଶ ଓ ତୁମ୍ଭ ବଂଶର ମଧ୍ୟବର୍ତ୍ତୀ ହେଉନ୍ତୁ।” ତହୁଁ ସେ ଉଠି ପ୍ରସ୍ଥାନ କଲେ, ପୁଣି, ଯୋନାଥନ ନଗରକୁ ଗଲା।