ପ୍ରଥମ ଶାମୁୟେଲ 21

ତହିଁରେ ଆଖୀଶ୍‍ର ଦାସମାନେ ତାକୁ କହିଲେ, “ଏହି ଦାଉଦ କି ଦେଶର ରାଜା ନୁହନ୍ତି? ପୁଣି, ଲୋକମାନେ ତାଙ୍କ ବିଷୟରେ ନୃତ୍ୟ କରି କି ପରସ୍ପର କହି ନ ଥିଲେ, ‘ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?’”

1 Samuel 21:11 (UKJV) And the servants of Achish said unto him, Is not this David the king of the land? did they not sing one to another of him in dances, saying, Saul has slain his thousands, and David his ten thousands?

9ତହିଁରେ ଯାଜକ କହିଲା, “ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ା ହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ।” ତହୁଁ ଦାଉଦ କହିଲେ “ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ।”

10ଏଉତ୍ତାରେ ଦାଉଦ ଉଠି ଶାଉଲଙ୍କର ସମ୍ମୁଖରୁ ସେହି ଦିନ ପଳାଇ ଗାଥ୍‍ର ରାଜା ଆଖୀଶ୍‍ ନିକଟକୁ ଗଲେ।

11ତହିଁରେ ଆଖୀଶ୍‍ର ଦାସମାନେ ତାକୁ କହିଲେ, “ଏହି ଦାଉଦ କି ଦେଶର ରାଜା ନୁହନ୍ତି? ପୁଣି, ଲୋକମାନେ ତାଙ୍କ ବିଷୟରେ ନୃତ୍ୟ କରି କି ପରସ୍ପର କହି ନ ଥିଲେ, ‘ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?’”

12ମାତ୍ର ଦାଉଦ ଏ କଥା ମନେ ରଖିଲେ, ପୁଣି, ଗାଥ୍‍ର ରାଜା ଆଖୀଶ୍‍କୁ ବଡ଼ ଭୟ କଲେ।

13ଏଣୁ ସେ ସେମାନଙ୍କ ସାକ୍ଷାତରେ ଆପଣା ମତି ବଦଳାଇଲେ ଓ ସେମାନଙ୍କ ନିକଟରେ ଆପଣାକୁ ବାତୁଳ ପରି ଦେଖାଇ ଦ୍ୱାର କବାଟ ଆଞ୍ଚୁଡ଼ିଲେ ଓ ଆପଣା ଦାଢ଼ିରେ ଲାଳ ବୋହିବାକୁ ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.