11ତହିଁରେ ଆଖୀଶ୍ର ଦାସମାନେ ତାକୁ କହିଲେ, “ଏହି ଦାଉଦ କି ଦେଶର ରାଜା ନୁହନ୍ତି? ପୁଣି, ଲୋକମାନେ ତାଙ୍କ ବିଷୟରେ ନୃତ୍ୟ କରି କି ପରସ୍ପର କହି ନ ଥିଲେ, ‘ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?’”
12ମାତ୍ର ଦାଉଦ ଏ କଥା ମନେ ରଖିଲେ, ପୁଣି, ଗାଥ୍ର ରାଜା ଆଖୀଶ୍କୁ ବଡ଼ ଭୟ କଲେ।
13ଏଣୁ ସେ ସେମାନଙ୍କ ସାକ୍ଷାତରେ ଆପଣା ମତି ବଦଳାଇଲେ ଓ ସେମାନଙ୍କ ନିକଟରେ ଆପଣାକୁ ବାତୁଳ ପରି ଦେଖାଇ ଦ୍ୱାର କବାଟ ଆଞ୍ଚୁଡ଼ିଲେ ଓ ଆପଣା ଦାଢ଼ିରେ ଲାଳ ବୋହିବାକୁ ଦେଲେ।
14ତହିଁରେ ଆଖୀଶ୍ ଆପଣା ଦାସମାନଙ୍କୁ କହିଲା, “ଦେଖ, ଏ ବାତୁଳ, ଏହା ତୁମ୍ଭେମାନେ ଦେଖୁଅଛ; ତୁମ୍ଭେମାନେ କାହିଁକି ଏହାକୁ ମୋର ପାଖକୁ ଆଣିଲ?
15ମୋହର କʼଣ ବାତୁଳ ଲୋକର ଅଭାବ ଅଛି ଯେ, ତୁମ୍ଭେମାନେ ଏହାକୁ ମୋର ଆଗରେ ବାତୁଳ ବ୍ୟବହାର କରିବାକୁ ଆଣିଅଛ? ଏ ଲୋକ କʼଣ ମୋହର ଘରକୁ ଆସିବ?”