5ତହୁଁ ଦାଉଦ ଯାଜକକୁ ଉତ୍ତର ଦେଇ କହିଲେ, “ପ୍ରକୃତରେ ଊଣାଧିକ ଏହି ତିନି ଦିନ ହେଲା, ସ୍ତ୍ରୀମାନେ ଆମ୍ଭମାନଙ୍କଠାରୁ ପୃଥକୀକୃତ ହୋଇଅଛନ୍ତି, ଏ କେବଳ ସାମାନ୍ୟ ଯାତ୍ରା ହେଲେ ହେଁ, ମୁଁ ବାହାରିବା ବେଳେ ଯୁବାମାନଙ୍କ ପାତ୍ର ପବିତ୍ର ଥିଲା; ତେବେ ଆଜି ସେମାନଙ୍କ ପାତ୍ର କେତେ ଅଧିକ ପବିତ୍ର ନ ଥିବ?”
6ତହିଁରେ ଯାଜକ ତାଙ୍କୁ ପବିତ୍ର ରୁଟି ଦେଲା; କାରଣ ସେ ସ୍ଥାନରେ ଆଉ ରୁଟି ନ ଥିଲା, କେବଳ ଦର୍ଶନୀୟ ରୁଟି ଥିଲା, ତାହା ଉଠାଇ ନେବା ଦିନ ତପ୍ତ ରୁଟି ରଖିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରୁ ତାହା ସ୍ଥାନାନ୍ତରିତ କରାଯାଇଥିଲା।
7ସେହି ଦିନ ଶାଉଲଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ସଦାପ୍ରଭୁଙ୍କ ସମ୍ମୁଖରେ ଅଟକା ଯାଇଥିଲା; ତାହାର ନାମ ଇଦୋମୀୟ ଦୋୟେଗ୍, ସେ ଶାଉଲଙ୍କର ପଶୁପାଳକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।
8ପୁଣି, ଦାଉଦ ଅହୀମେଲକ୍କୁ କହିଲେ, “ଏଠାରେ ତୁମ୍ଭ ହସ୍ତରେ ବର୍ଚ୍ଛା କି ଖଡ୍ଗ ନାହିଁ? କାରଣ ମୁଁ ଆପଣା ଖଡ୍ଗ କି ଅସ୍ତ୍ରଶସ୍ତ୍ର ସଙ୍ଗରେ ଆଣି ନାହିଁ, ଯେଣୁ ରାଜାଙ୍କ କାର୍ଯ୍ୟ ଶୀଘ୍ର କରିବାକୁ ପଡ଼ିଲା।”
9ତହିଁରେ ଯାଜକ କହିଲା, “ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ା ହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ।” ତହୁଁ ଦାଉଦ କହିଲେ “ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ।”