ପ୍ରଥମ ଶାମୁୟେଲ 21

ପୁଣି, ଦାଉଦ ଅହୀମେଲକ୍‍କୁ କହିଲେ, “ଏଠାରେ ତୁମ୍ଭ ହସ୍ତରେ ବର୍ଚ୍ଛା କି ଖଡ୍ଗ ନାହିଁ? କାରଣ ମୁଁ ଆପଣା ଖଡ୍ଗ କି ଅସ୍ତ୍ରଶସ୍ତ୍ର ସଙ୍ଗରେ ଆଣି ନାହିଁ, ଯେଣୁ ରାଜାଙ୍କ କାର୍ଯ୍ୟ ଶୀଘ୍ର କରିବାକୁ ପଡ଼ିଲା।”

1 Samuel 21:8 (UKJV) And David said unto Ahimelech, And is there not here under yours hand spear or sword? for I have neither brought my sword nor my weapons with me, because the king's business required haste.

6ତହିଁରେ ଯାଜକ ତାଙ୍କୁ ପବିତ୍ର ରୁଟି ଦେଲା; କାରଣ ସେ ସ୍ଥାନରେ ଆଉ ରୁଟି ନ ଥିଲା, କେବଳ ଦର୍ଶନୀୟ ରୁଟି ଥିଲା, ତାହା ଉଠାଇ ନେବା ଦିନ ତପ୍ତ ରୁଟି ରଖିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରୁ ତାହା ସ୍ଥାନାନ୍ତରିତ କରାଯାଇଥିଲା।

7ସେହି ଦିନ ଶାଉଲଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ସଦାପ୍ରଭୁଙ୍କ ସମ୍ମୁଖରେ ଅଟକା ଯାଇଥିଲା; ତାହାର ନାମ ଇଦୋମୀୟ ଦୋୟେଗ୍‍, ସେ ଶାଉଲଙ୍କର ପଶୁପାଳକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।

8ପୁଣି, ଦାଉଦ ଅହୀମେଲକ୍‍କୁ କହିଲେ, “ଏଠାରେ ତୁମ୍ଭ ହସ୍ତରେ ବର୍ଚ୍ଛା କି ଖଡ୍ଗ ନାହିଁ? କାରଣ ମୁଁ ଆପଣା ଖଡ୍ଗ କି ଅସ୍ତ୍ରଶସ୍ତ୍ର ସଙ୍ଗରେ ଆଣି ନାହିଁ, ଯେଣୁ ରାଜାଙ୍କ କାର୍ଯ୍ୟ ଶୀଘ୍ର କରିବାକୁ ପଡ଼ିଲା।”

9ତହିଁରେ ଯାଜକ କହିଲା, “ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ା ହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ।” ତହୁଁ ଦାଉଦ କହିଲେ “ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ।”

10ଏଉତ୍ତାରେ ଦାଉଦ ଉଠି ଶାଉଲଙ୍କର ସମ୍ମୁଖରୁ ସେହି ଦିନ ପଳାଇ ଗାଥ୍‍ର ରାଜା ଆଖୀଶ୍‍ ନିକଟକୁ ଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.