7ସେହି ଦିନ ଶାଉଲଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ସଦାପ୍ରଭୁଙ୍କ ସମ୍ମୁଖରେ ଅଟକା ଯାଇଥିଲା; ତାହାର ନାମ ଇଦୋମୀୟ ଦୋୟେଗ୍, ସେ ଶାଉଲଙ୍କର ପଶୁପାଳକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।
8ପୁଣି, ଦାଉଦ ଅହୀମେଲକ୍କୁ କହିଲେ, “ଏଠାରେ ତୁମ୍ଭ ହସ୍ତରେ ବର୍ଚ୍ଛା କି ଖଡ୍ଗ ନାହିଁ? କାରଣ ମୁଁ ଆପଣା ଖଡ୍ଗ କି ଅସ୍ତ୍ରଶସ୍ତ୍ର ସଙ୍ଗରେ ଆଣି ନାହିଁ, ଯେଣୁ ରାଜାଙ୍କ କାର୍ଯ୍ୟ ଶୀଘ୍ର କରିବାକୁ ପଡ଼ିଲା।”
9ତହିଁରେ ଯାଜକ କହିଲା, “ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ା ହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ।” ତହୁଁ ଦାଉଦ କହିଲେ “ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ।”
10ଏଉତ୍ତାରେ ଦାଉଦ ଉଠି ଶାଉଲଙ୍କର ସମ୍ମୁଖରୁ ସେହି ଦିନ ପଳାଇ ଗାଥ୍ର ରାଜା ଆଖୀଶ୍ ନିକଟକୁ ଗଲେ।
11ତହିଁରେ ଆଖୀଶ୍ର ଦାସମାନେ ତାକୁ କହିଲେ, “ଏହି ଦାଉଦ କି ଦେଶର ରାଜା ନୁହନ୍ତି? ପୁଣି, ଲୋକମାନେ ତାଙ୍କ ବିଷୟରେ ନୃତ୍ୟ କରି କି ପରସ୍ପର କହି ନ ଥିଲେ, ‘ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?’”