ପ୍ରଥମ ଶାମୁୟେଲ 23

ଏଥିଉତ୍ତାରେ ଲୋକମାନେ ଦାଉଦଙ୍କୁ ଜଣାଇ କହିଲେ, ଦେଖ, ପଲେଷ୍ଟୀୟମାନେ କିୟୀଲା ନଗର ବିରୁଦ୍ଧରେ ଯୁଦ୍ଧ କରି ଖଳାରୁ ଶସ୍ୟ ଲୁଟୁଅଛନ୍ତି।

1 Samuel 23:1 (UKJV) Then they told David, saying, Behold, the Philistines fight against Keilah, and they rob the threshing floors.

1ଏଥିଉତ୍ତାରେ ଲୋକମାନେ ଦାଉଦଙ୍କୁ ଜଣାଇ କହିଲେ, ଦେଖ, ପଲେଷ୍ଟୀୟମାନେ କିୟୀଲା ନଗର ବିରୁଦ୍ଧରେ ଯୁଦ୍ଧ କରି ଖଳାରୁ ଶସ୍ୟ ଲୁଟୁଅଛନ୍ତି।

2ଏନିମନ୍ତେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, “ମୁଁ ଯାଇ କି ଏହି ପଲେଷ୍ଟୀୟମାନଙ୍କୁ ଆଘାତ କରିବି?” ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, “ଯାଅ, ପଲେଷ୍ଟୀୟମାନଙ୍କୁ ଆଘାତ କରି କିୟୀଲାକୁ ଉଦ୍ଧାର କର।”

3ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, “ଦେଖ, ଆମ୍ଭେମାନେ ଏ ଯିହୁଦା ଦେଶରେ ଭୟ କରୁଅଛୁ; ଯେବେ ପଲେଷ୍ଟୀୟମାନଙ୍କ ସୈନ୍ୟଗଣ ବିରୁଦ୍ଧରେ କିୟୀଲାକୁ ଯିବା, ତେବେ କେତେ ଅଧିକ ଭୟ ନ କରିବା?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.