8ଏଥିରେ କିୟୀଲାକୁ ଯାଇ ଦାଉଦଙ୍କୁ ଓ ତାଙ୍କର ଲୋକମାନଙ୍କୁ ଘେରିବା ପାଇଁ ଶାଉଲ ଆପଣାର ସମସ୍ତ ଲୋକଙ୍କୁ ଯୁଦ୍ଧକୁ ଡକାଇଲେ।
9ପୁଣି, ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରତିକୂଳରେ ମନ୍ଦ କଳ୍ପନା କରିଅଛନ୍ତି; ଏଣୁ ସେ ଅବୀୟାଥର ଯାଜକକୁ କହିଲେ, “ଏଠାକୁ ଏଫୋଦ ଆଣ।”
10ତେବେ ଦାଉଦ କହିଲେ, ହେ ସଦାପ୍ରଭୋ, “ଇସ୍ରାଏଲର ପରମେଶ୍ୱର, ଶାଉଲ କିୟୀଲାକୁ ଆସି ମୋʼ ସକାଶେ ସେହି ନଗର ଉଚ୍ଛିନ୍ନ କରିବାକୁ ଚାହୁଁଅଛନ୍ତି ବୋଲି ତୁମ୍ଭ ଦାସ ନିଶ୍ଚିତ ରୂପେ ଶୁଣିଅଛି।
11କିୟୀଲା ନିବାସୀମାନେ କʼଣ ମୋତେ ତାଙ୍କ ହସ୍ତରେ ସମର୍ପି ଦେବେ? ତୁମ୍ଭ ଦାସ ଯେପରି ଶୁଣିଅଛି, ସେପରି କʼଣ ଶାଉଲ ଆସିବେ? ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ଆପଣା ଦାସକୁ ଏହା ଜଣାଅ।” ତହିଁରେ ସଦାପ୍ରଭୁ କହିଲେ, “ସେ ଆସିବ।”
12ତେବେ ଦାଉଦ କହିଲେ, “କିୟୀଲା ନିବାସୀମାନେ ମୋତେ ଓ ମୋʼ ଲୋକମାନଙ୍କୁ କʼଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ?” ତହିଁରେ ସଦାପ୍ରଭୁ କହିଲେ, “ସେମାନେ ତୁମ୍ଭକୁ ସମର୍ପଣ କରିବେ।”