ପ୍ରଥମ ଶାମୁୟେଲ 23

ଏଉତ୍ତାରେ ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରାଣ ନେବା ପାଇଁ ବାହାର ହୋଇ ଆସିଅଛନ୍ତି; ସେସମୟରେ ଦାଉଦ ସୀଫ୍‍ ପ୍ରାନ୍ତରସ୍ଥ ବଣରେ ଥିଲେ।

1 Samuel 23:15 (UKJV) And David saw that Saul was come out to seek his life: and David was in the wilderness of Ziph in a wood.

13ତହୁଁ ଦାଉଦ ଓ ତାଙ୍କର ଊଣାଧିକ ଛଅ ଶହ ଲୋକ ଉଠି କିୟୀଲାରୁ ପ୍ରସ୍ଥାନ କଲେ ଓ ଯେଉଁଠାକୁ ଯାଇ ପାରିଲେ, ସେଠାକୁ ଗଲେ। ଏଥିରେ ଦାଉଦ କିୟୀଲାରୁ ପଳାଇ ଯାଇଅଛି ବୋଲି ଶାଉଲଙ୍କୁ କୁହାଗଲା; ତେଣୁ ସେ ଯିବାରୁ କ୍ଷାନ୍ତ ହେଲେ।

14ଏଥିଉତ୍ତାରେ ଦାଉଦ ପ୍ରାନ୍ତରସ୍ଥ ନାନା ଦୁର୍ଗମ ସ୍ଥାନରେ ବାସ କରି ସୀଫ୍‍ ପ୍ରାନ୍ତରସ୍ଥ ପର୍ବତମୟ ଦେଶରେ ରହିଲେ। ପୁଣି, ଶାଉଲ ପ୍ରତିଦିନ ତାଙ୍କର ଅନ୍ୱେଷଣ କଲେ, ମାତ୍ର ପରମେଶ୍ୱର ତାଙ୍କୁ ତାଙ୍କ ହାତରେ ଦେଲେ ନାହିଁ।

15ଏଉତ୍ତାରେ ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରାଣ ନେବା ପାଇଁ ବାହାର ହୋଇ ଆସିଅଛନ୍ତି; ସେସମୟରେ ଦାଉଦ ସୀଫ୍‍ ପ୍ରାନ୍ତରସ୍ଥ ବଣରେ ଥିଲେ।

16ଏଣୁ ଶାଉଲଙ୍କର ପୁତ୍ର ଯୋନାଥନ ଉଠି ଦାଉଦଙ୍କ କତିକି ବଣକୁ ଗଲା ଓ ପରମେଶ୍ୱରଙ୍କଠାରେ ତାଙ୍କ ହସ୍ତ ସବଳ କଲା।

17ପୁଣି, ସେ ତାଙ୍କୁ କହିଲା, “ଭୟ ନ କର; କାରଣ ମୋର ପିତା ଶାଉଲଙ୍କର ହସ୍ତ ତୁମ୍ଭକୁ ପାଇବ ନାହିଁ; ପୁଣି, ତୁମ୍ଭେ ଇସ୍ରାଏଲ ଉପରେ ରାଜା ହେବ ଓ ମୁଁ ତୁମ୍ଭର ଦ୍ୱିତୀୟ ହେବି; ଏହା ମଧ୍ୟ ମୋର ପିତା ଶାଉଲ ଜାଣନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.