15ଏଉତ୍ତାରେ ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରାଣ ନେବା ପାଇଁ ବାହାର ହୋଇ ଆସିଅଛନ୍ତି; ସେସମୟରେ ଦାଉଦ ସୀଫ୍ ପ୍ରାନ୍ତରସ୍ଥ ବଣରେ ଥିଲେ।
16ଏଣୁ ଶାଉଲଙ୍କର ପୁତ୍ର ଯୋନାଥନ ଉଠି ଦାଉଦଙ୍କ କତିକି ବଣକୁ ଗଲା ଓ ପରମେଶ୍ୱରଙ୍କଠାରେ ତାଙ୍କ ହସ୍ତ ସବଳ କଲା।
17ପୁଣି, ସେ ତାଙ୍କୁ କହିଲା, “ଭୟ ନ କର; କାରଣ ମୋର ପିତା ଶାଉଲଙ୍କର ହସ୍ତ ତୁମ୍ଭକୁ ପାଇବ ନାହିଁ; ପୁଣି, ତୁମ୍ଭେ ଇସ୍ରାଏଲ ଉପରେ ରାଜା ହେବ ଓ ମୁଁ ତୁମ୍ଭର ଦ୍ୱିତୀୟ ହେବି; ଏହା ମଧ୍ୟ ମୋର ପିତା ଶାଉଲ ଜାଣନ୍ତି।”
18ଏଥିରେ ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ; ତହୁଁ ଦାଉଦ ବଣରେ ବାସ କଲେ ଓ ଯୋନାଥନ ଆପଣା ଘରକୁ ଗଲା।
19ଏଉତ୍ତାରେ ସୀଫୀୟ ଲୋକମାନେ ଗିବୀୟାକୁ ଶାଉଲଙ୍କ କତିକି ଆସି କହିଲେ, “ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ମରୁଭୂମିର ଦକ୍ଷିଣ ଦିଗସ୍ଥ ହଖୀଲା ପର୍ବତର ବଣରେ ନାନା ଦୁର୍ଗମ ସ୍ଥାନରେ ଲୁଚି ରହି ନାହିଁ?