16ଏଣୁ ଶାଉଲଙ୍କର ପୁତ୍ର ଯୋନାଥନ ଉଠି ଦାଉଦଙ୍କ କତିକି ବଣକୁ ଗଲା ଓ ପରମେଶ୍ୱରଙ୍କଠାରେ ତାଙ୍କ ହସ୍ତ ସବଳ କଲା।
17ପୁଣି, ସେ ତାଙ୍କୁ କହିଲା, “ଭୟ ନ କର; କାରଣ ମୋର ପିତା ଶାଉଲଙ୍କର ହସ୍ତ ତୁମ୍ଭକୁ ପାଇବ ନାହିଁ; ପୁଣି, ତୁମ୍ଭେ ଇସ୍ରାଏଲ ଉପରେ ରାଜା ହେବ ଓ ମୁଁ ତୁମ୍ଭର ଦ୍ୱିତୀୟ ହେବି; ଏହା ମଧ୍ୟ ମୋର ପିତା ଶାଉଲ ଜାଣନ୍ତି।”
18ଏଥିରେ ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ; ତହୁଁ ଦାଉଦ ବଣରେ ବାସ କଲେ ଓ ଯୋନାଥନ ଆପଣା ଘରକୁ ଗଲା।
19ଏଉତ୍ତାରେ ସୀଫୀୟ ଲୋକମାନେ ଗିବୀୟାକୁ ଶାଉଲଙ୍କ କତିକି ଆସି କହିଲେ, “ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ମରୁଭୂମିର ଦକ୍ଷିଣ ଦିଗସ୍ଥ ହଖୀଲା ପର୍ବତର ବଣରେ ନାନା ଦୁର୍ଗମ ସ୍ଥାନରେ ଲୁଚି ରହି ନାହିଁ?
20ଏହେତୁ ହେ ମହାରାଜ, ଆପଣଙ୍କ ଆଗମନର ସମସ୍ତ ମନୋବାଞ୍ଛାନୁସାରେ ଆସନ୍ତୁ, ପୁଣି, ମହାରାଜଙ୍କ ହସ୍ତରେ ତାହାକୁ ସମର୍ପଣ କରିବା ଭାର ଆମ୍ଭମାନଙ୍କର।”