ପ୍ରଥମ ଶାମୁୟେଲ 23

ତହୁଁ ସେମାନେ ଉଠି ଶାଉଲଙ୍କ ଆଗେ ସୀଫ୍‍କୁ ଗଲେ; ସେତେବେଳେ ଦାଉଦ ଓ ତାଙ୍କର ଲୋକମାନେ ମରୁଭୂମିର ଦକ୍ଷିଣସ୍ଥିତ ପଦାରେ ମାୟୋନ୍‍ ପ୍ରାନ୍ତରରେ ଥିଲେ।

1 Samuel 23:24 (UKJV) And they arose, and went to Ziph before Saul: but David and his men were in the wilderness of Maon, in the plain on the south of Jeshimon.

22ମୁଁ ବିନୟ କରୁଅଛି, ତୁମ୍ଭେମାନେ ଯାଇ ଆହୁରି ସ୍ଥିର କର ଓ କେଉଁଠାରେ ତାହାର ଖୋଜ ପଡ଼ିଅଛି, କିଏ ତାହାକୁ ସେଠାରେ ଦେଖିଅଛି, ଏହା ବୁଝି ଦେଖ; କାରଣ ମୋତେ କୁହାଯାଇଅଛି ଯେ, ସେ ଅତି ସତର୍କ ହୋଇ ଚଳୁଅଛି।

23ଏହେତୁ ଯେ ଯେ ଲୁଚିବା ସ୍ଥାନରେ ସେ ଆପଣାକୁ ଲୁଚାଏ, ସେସବୁ ଦେଖି ବୁଝ ଓ ତୁମ୍ଭେମାନେ ମୋʼ କତିକି ନିଶ୍ଚୟ ଫେରି ଆସ, ତହିଁରେ ମୁଁ ତୁମ୍ଭମାନଙ୍କ ସଙ୍ଗେ ଯିବି; ସେ ଯେବେ ଦେଶରେ ଥାଏ, ତେବେ ମୁଁ ଯିହୁଦାର ସମୁଦାୟ ସହସ୍ର ମଧ୍ୟରେ ତାହାକୁ ଖୋଜିବି।”

24ତହୁଁ ସେମାନେ ଉଠି ଶାଉଲଙ୍କ ଆଗେ ସୀଫ୍‍କୁ ଗଲେ; ସେତେବେଳେ ଦାଉଦ ଓ ତାଙ୍କର ଲୋକମାନେ ମରୁଭୂମିର ଦକ୍ଷିଣସ୍ଥିତ ପଦାରେ ମାୟୋନ୍‍ ପ୍ରାନ୍ତରରେ ଥିଲେ।

25ଏଣୁ ଶାଉଲ ଓ ତାଙ୍କର ଲୋକମାନେ ତାଙ୍କୁ ଖୋଜିବାକୁ ଗଲେ; ମାତ୍ର ଲୋକମାନେ ଦାଉଦଙ୍କୁ ଏହା ଜଣାନ୍ତେ, ସେ ଶୈଳକୁ ଓହ୍ଲାଇ ଆସି ମାୟୋନ୍‍ ପ୍ରାନ୍ତରରେ ରହିଲେ। ଏଉତ୍ତାରେ ଶାଉଲ ତାହା ଶୁଣି ମାୟୋନ୍‍ ପ୍ରାନ୍ତରରେ ଦାଉଦଙ୍କ ପଛେ ପଛେ ଗୋଡ଼ାଇଲେ।

26ପୁଣି, ଶାଉଲ ପର୍ବତର ଏକ ପାର୍ଶ୍ୱକୁ ଗଲେ, ଆଉ ଦାଉଦ ଓ ତାଙ୍କର ଲୋକମାନେ ଅନ୍ୟ ପାର୍ଶ୍ୱକୁ ଗଲେ; ତହୁଁ ଦାଉଦ ଶାଉଲଙ୍କ ଭୟରୁ ପଳାଇବାକୁ ଚଞ୍ଚଳ ହେଲେ; କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କୁ ଓ ତାଙ୍କର ଲୋକଙ୍କୁ ଧରିବା ନିମନ୍ତେ ସେମାନଙ୍କ ଚାରିଆଡ଼େ ଘେରିଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.