ପ୍ରଥମ ଶାମୁୟେଲ 23

ଏପରି ସମୟରେ ଜଣେ ଦୂତ ଶାଉଲଙ୍କ ନିକଟକୁ ଆସି କହିଲା, “ଶୀଘ୍ର ଆସନ୍ତୁ; କାରଣ ପଲେଷ୍ଟୀୟମାନେ ଦେଶ ଆକ୍ରମଣ କଲେଣି।”

1 Samuel 23:27 (UKJV) But there came a messenger unto Saul, saying, Haste you, and come; for the Philistines have invaded the land.

25ଏଣୁ ଶାଉଲ ଓ ତାଙ୍କର ଲୋକମାନେ ତାଙ୍କୁ ଖୋଜିବାକୁ ଗଲେ; ମାତ୍ର ଲୋକମାନେ ଦାଉଦଙ୍କୁ ଏହା ଜଣାନ୍ତେ, ସେ ଶୈଳକୁ ଓହ୍ଲାଇ ଆସି ମାୟୋନ୍‍ ପ୍ରାନ୍ତରରେ ରହିଲେ। ଏଉତ୍ତାରେ ଶାଉଲ ତାହା ଶୁଣି ମାୟୋନ୍‍ ପ୍ରାନ୍ତରରେ ଦାଉଦଙ୍କ ପଛେ ପଛେ ଗୋଡ଼ାଇଲେ।

26ପୁଣି, ଶାଉଲ ପର୍ବତର ଏକ ପାର୍ଶ୍ୱକୁ ଗଲେ, ଆଉ ଦାଉଦ ଓ ତାଙ୍କର ଲୋକମାନେ ଅନ୍ୟ ପାର୍ଶ୍ୱକୁ ଗଲେ; ତହୁଁ ଦାଉଦ ଶାଉଲଙ୍କ ଭୟରୁ ପଳାଇବାକୁ ଚଞ୍ଚଳ ହେଲେ; କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କୁ ଓ ତାଙ୍କର ଲୋକଙ୍କୁ ଧରିବା ନିମନ୍ତେ ସେମାନଙ୍କ ଚାରିଆଡ଼େ ଘେରିଥିଲେ।

27ଏପରି ସମୟରେ ଜଣେ ଦୂତ ଶାଉଲଙ୍କ ନିକଟକୁ ଆସି କହିଲା, “ଶୀଘ୍ର ଆସନ୍ତୁ; କାରଣ ପଲେଷ୍ଟୀୟମାନେ ଦେଶ ଆକ୍ରମଣ କଲେଣି।”

28ତହୁଁ ଶାଉଲ ଦାଉଦଙ୍କର ପଶ୍ଚାତ୍‍ ଗୋଡ଼ାଇବାରୁ ଫେରି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ଏଣୁ ସେମାନେ ସେହି ସ୍ଥାନର ନାମ ସେଲା-ହମ୍ମହଲିକୋତ୍‍ (ବିଭାଗକାରୀ ଶୈଳ) ରଖିଲେ।

29ଏଉତ୍ତାରେ ଦାଉଦ ସେହି ସ୍ଥାନରୁ ଯାଇ ଐନଗଦୀସ୍ଥ ଦୁର୍ଗମ ସ୍ଥାନରେ ବାସ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.