26ପୁଣି, ଶାଉଲ ପର୍ବତର ଏକ ପାର୍ଶ୍ୱକୁ ଗଲେ, ଆଉ ଦାଉଦ ଓ ତାଙ୍କର ଲୋକମାନେ ଅନ୍ୟ ପାର୍ଶ୍ୱକୁ ଗଲେ; ତହୁଁ ଦାଉଦ ଶାଉଲଙ୍କ ଭୟରୁ ପଳାଇବାକୁ ଚଞ୍ଚଳ ହେଲେ; କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କୁ ଓ ତାଙ୍କର ଲୋକଙ୍କୁ ଧରିବା ନିମନ୍ତେ ସେମାନଙ୍କ ଚାରିଆଡ଼େ ଘେରିଥିଲେ।
27ଏପରି ସମୟରେ ଜଣେ ଦୂତ ଶାଉଲଙ୍କ ନିକଟକୁ ଆସି କହିଲା, “ଶୀଘ୍ର ଆସନ୍ତୁ; କାରଣ ପଲେଷ୍ଟୀୟମାନେ ଦେଶ ଆକ୍ରମଣ କଲେଣି।”
28ତହୁଁ ଶାଉଲ ଦାଉଦଙ୍କର ପଶ୍ଚାତ୍ ଗୋଡ଼ାଇବାରୁ ଫେରି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ଏଣୁ ସେମାନେ ସେହି ସ୍ଥାନର ନାମ ସେଲା-ହମ୍ମହଲିକୋତ୍ (ବିଭାଗକାରୀ ଶୈଳ) ରଖିଲେ।
29ଏଉତ୍ତାରେ ଦାଉଦ ସେହି ସ୍ଥାନରୁ ଯାଇ ଐନଗଦୀସ୍ଥ ଦୁର୍ଗମ ସ୍ଥାନରେ ବାସ କଲେ।