2ଏନିମନ୍ତେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, “ମୁଁ ଯାଇ କି ଏହି ପଲେଷ୍ଟୀୟମାନଙ୍କୁ ଆଘାତ କରିବି?” ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, “ଯାଅ, ପଲେଷ୍ଟୀୟମାନଙ୍କୁ ଆଘାତ କରି କିୟୀଲାକୁ ଉଦ୍ଧାର କର।”
3ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, “ଦେଖ, ଆମ୍ଭେମାନେ ଏ ଯିହୁଦା ଦେଶରେ ଭୟ କରୁଅଛୁ; ଯେବେ ପଲେଷ୍ଟୀୟମାନଙ୍କ ସୈନ୍ୟଗଣ ବିରୁଦ୍ଧରେ କିୟୀଲାକୁ ଯିବା, ତେବେ କେତେ ଅଧିକ ଭୟ ନ କରିବା?”
4ତେଣୁ ଦାଉଦ ସଦାପ୍ରଭୁଙ୍କୁ ପୁନର୍ବାର ପଚାରିଲେ। ତହିଁରେ ସଦାପ୍ରଭୁ ଉତ୍ତର ଦେଇ କହିଲେ, “ଉଠ, କିୟୀଲାକୁ ଯାଅ; କାରଣ ଆମ୍ଭେ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”
5ଏଥିରେ ଦାଉଦ ଓ ତାଙ୍କର ଲୋକମାନେ କିୟୀଲାକୁ ଯାଇ ପଲେଷ୍ଟୀୟମାନଙ୍କ ସଙ୍ଗରେ ଯୁଦ୍ଧ କଲେ ଓ ସେମାନଙ୍କ ପଶୁଗଣକୁ ନେଇଗଲେ ଓ ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏହିରୂପେ ଦାଉଦ କିୟୀଲା ନିବାସୀମାନଙ୍କୁ ଉଦ୍ଧାର କଲେ।
6ଯେତେବେଳେ ଅହୀମେଲକ୍ର ପୁତ୍ର ଅବୀୟାଥର କିୟୀଲାକୁ ଦାଉଦଙ୍କ କତିକି ପଳାଇ ଆସିଥିଲା, ସେତେବେଳେ ଏକ ଏଫୋଦ ହାତରେ ନେଇ ଆସିଥିଲା।