7ପୁଣି, ଦାଉଦ କିୟୀଲାକୁ ଆସିଅଛି ବୋଲି ଶାଉଲଙ୍କୁ କୁହାଯାଆନ୍ତେ, ଶାଉଲ କହିଲେ, “ପରମେଶ୍ୱର ତାହାକୁ ମୋʼ ହସ୍ତରେ ପରିତ୍ୟାଗ କରିଅଛନ୍ତି; ଯେହେତୁ ସେ ଦ୍ୱାର ଓ ଅର୍ଗଳବିଶିଷ୍ଟ ନଗରରେ ପ୍ରବେଶ କରିବା ହେତୁରୁ ଅବରୁଦ୍ଧ ହୋଇଅଛି।”
8ଏଥିରେ କିୟୀଲାକୁ ଯାଇ ଦାଉଦଙ୍କୁ ଓ ତାଙ୍କର ଲୋକମାନଙ୍କୁ ଘେରିବା ପାଇଁ ଶାଉଲ ଆପଣାର ସମସ୍ତ ଲୋକଙ୍କୁ ଯୁଦ୍ଧକୁ ଡକାଇଲେ।
9ପୁଣି, ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରତିକୂଳରେ ମନ୍ଦ କଳ୍ପନା କରିଅଛନ୍ତି; ଏଣୁ ସେ ଅବୀୟାଥର ଯାଜକକୁ କହିଲେ, “ଏଠାକୁ ଏଫୋଦ ଆଣ।”
10ତେବେ ଦାଉଦ କହିଲେ, ହେ ସଦାପ୍ରଭୋ, “ଇସ୍ରାଏଲର ପରମେଶ୍ୱର, ଶାଉଲ କିୟୀଲାକୁ ଆସି ମୋʼ ସକାଶେ ସେହି ନଗର ଉଚ୍ଛିନ୍ନ କରିବାକୁ ଚାହୁଁଅଛନ୍ତି ବୋଲି ତୁମ୍ଭ ଦାସ ନିଶ୍ଚିତ ରୂପେ ଶୁଣିଅଛି।
11କିୟୀଲା ନିବାସୀମାନେ କʼଣ ମୋତେ ତାଙ୍କ ହସ୍ତରେ ସମର୍ପି ଦେବେ? ତୁମ୍ଭ ଦାସ ଯେପରି ଶୁଣିଅଛି, ସେପରି କʼଣ ଶାଉଲ ଆସିବେ? ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ଆପଣା ଦାସକୁ ଏହା ଜଣାଅ।” ତହିଁରେ ସଦାପ୍ରଭୁ କହିଲେ, “ସେ ଆସିବ।”