1ଏଥିଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍ଗମନରୁ ଫେରନ୍ତେ, ଲୋକମାନେ ତାଙ୍କୁ ଜଣାଇ କହିଲେ, ଦେଖନ୍ତୁ, ଦାଉଦ ଐନଗଦୀସ୍ଥ ପ୍ରାନ୍ତରରେ ଅଛି।
2ତହୁଁ ଶାଉଲ ସମୁଦାୟ ଇସ୍ରାଏଲ ମଧ୍ୟରୁ ତିନି ହଜାର ବଛା ଲୋକ ନେଇ ଦାଉଦ ଓ ତାଙ୍କର ଲୋକମାନଙ୍କୁ ବନ୍ୟ ଛାଗର ଶୈଳ ସବୁରେ ଖୋଜିବାକୁ ଗଲେ।
3ପୁଣି, ସେ ପଥ ନିକଟସ୍ଥ ମେଷଶାଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ଗୋଟିଏ ଗୁମ୍ଫା ଥିଲା; ପୁଣି, ଶାଉଲ ପାଦ ଢାଙ୍କିବା ପାଇଁ ତହିଁ ଭିତରକୁ ଗଲେ। ସେହି ସମୟରେ ଦାଉଦ ଓ ତାଙ୍କର ଲୋକମାନେ ସେହି ଗୁମ୍ଫାର ଅନ୍ତର୍ଭାଗରେ ଥିଲେ।