8ଦାଉଦ ମଧ୍ୟ ତହିଁ ଉତ୍ତାରେ ଉଠି ଗୁମ୍ଫାରୁ ବାହାରକୁ ଗଲେ ଓ ଶାଉଲଙ୍କର ପଛେ ଡାକି କହିଲେ, “ହେ ମୋହର ପ୍ରଭୋ, ମହାରାଜ।” ତହିଁରେ ଶାଉଲ ଆପଣା ପଛକୁ ଅନାନ୍ତେ, ଦାଉଦ ଭୂମିଷ୍ଠ ହୋଇ ପ୍ରଣାମ କଲେ।
9ଆଉ ଦାଉଦ ଶାଉଲଙ୍କୁ କହିଲେ, “ଦେଖନ୍ତୁ, ଦାଉଦ ଆପଣଙ୍କର ଅନିଷ୍ଟ ଚାହୁଁଅଛି, ଲୋକମାନଙ୍କର ଏପରି କଥା ଆପଣ କାହିଁକି ଶୁଣୁଅଛନ୍ତି?”
10ଦେଖନ୍ତୁ, ଆଜି ସଦାପ୍ରଭୁ ଗୁମ୍ଫା ମଧ୍ୟରେ କିପରି ଆପଣଙ୍କୁ ମୋହର ହସ୍ତରେ ଦେଇଥିଲେ, ଏହା ଆଜି ଆପଣଙ୍କ ଚକ୍ଷୁ ଦେଖିଅଛି; ଆପଣଙ୍କୁ ବଧ କରିବା ପାଇଁ କେହି କେହି ମୋତେ କହିଥିଲେ; ମାତ୍ର ମୋର ଚକ୍ଷୁ ଆପଣଙ୍କୁ ଦୟା କଲା ଓ ମୁଁ କହିଲି, ମୁଁ ଆପଣା ପ୍ରଭୁଙ୍କ ବିରୁଦ୍ଧରେ ହାତ ଉଠାଇବି ନାହିଁ, କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।
11ଆହୁରି ମୋହର ପିତା, ଦେଖନ୍ତୁ, ହଁ, ମୋର ହାତରେ ଆପଣଙ୍କ ଚୋଗାଧଡ଼ି ଦେଖନ୍ତୁ; ମୁଁ ଯେ ଆପଣଙ୍କ ଚୋଗାଧଡ଼ି କାଟିଲି, ମାତ୍ର ଆପଣଙ୍କୁ ବଧ ନ କଲି, ଏଥିରୁ ଆପଣ ବୁଝନ୍ତୁ ଓ ଦେଖନ୍ତୁ ଯେ, ମୋʼ ହାତରେ କିଛି ମନ୍ଦ ବା ଅଧର୍ମ ନାହିଁ, ଆପଣ ମୋʼ ପ୍ରାଣକୁ ଧରିବା ପାଇଁ ଅନ୍ୱେଷଣ କଲେ ହେଁ ମୁଁ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ।
12ସଦାପ୍ରଭୁ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ ଓ ସଦାପ୍ରଭୁ ଆପଣଙ୍କଠାରୁ ମୋହର ପରିଶୋଧ ନେଉନ୍ତୁ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।