ପ୍ରଥମ ଶାମୁୟେଲ 24

ପ୍ରାଚୀନମାନଙ୍କ ପ୍ରବାଦ କହେ, ଯଥା, ଦୁଷ୍ଟଠାରୁ ଦୁଷ୍ଟତା ବାହାରେ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।

1 Samuel 24:13 (UKJV) As says the proverb of the ancients, Wickedness proceeds from the wicked: but mine hand shall not be upon you.

11ଆହୁରି ମୋହର ପିତା, ଦେଖନ୍ତୁ, ହଁ, ମୋର ହାତରେ ଆପଣଙ୍କ ଚୋଗାଧଡ଼ି ଦେଖନ୍ତୁ; ମୁଁ ଯେ ଆପଣଙ୍କ ଚୋଗାଧଡ଼ି କାଟିଲି, ମାତ୍ର ଆପଣଙ୍କୁ ବଧ ନ କଲି, ଏଥିରୁ ଆପଣ ବୁଝନ୍ତୁ ଓ ଦେଖନ୍ତୁ ଯେ, ମୋʼ ହାତରେ କିଛି ମନ୍ଦ ବା ଅଧର୍ମ ନାହିଁ, ଆପଣ ମୋʼ ପ୍ରାଣକୁ ଧରିବା ପାଇଁ ଅନ୍ୱେଷଣ କଲେ ହେଁ ମୁଁ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ।

12ସଦାପ୍ରଭୁ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ ଓ ସଦାପ୍ରଭୁ ଆପଣଙ୍କଠାରୁ ମୋହର ପରିଶୋଧ ନେଉନ୍ତୁ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।

13ପ୍ରାଚୀନମାନଙ୍କ ପ୍ରବାଦ କହେ, ଯଥା, ଦୁଷ୍ଟଠାରୁ ଦୁଷ୍ଟତା ବାହାରେ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।

14ଇସ୍ରାଏଲର ରାଜା କାହା ପଛରେ ବାହାର ହୋଇ ଆସିଅଛନ୍ତି? ଆପଣ କାହା ପଛରେ ଗୋଡ଼ାଇଅଛନ୍ତି? ଗୋଟିଏ ମଲା କୁକ୍କୁର ପଛରେ, ଗୋଟିଏ ଡାଉଁଶ ପଛରେ।

15ଏହେତୁ ସଦାପ୍ରଭୁ ବିଚାରକର୍ତ୍ତା ହେଉନ୍ତୁ, ଆଉ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ, ପୁଣି, ଦୃଷ୍ଟି କରି ମୋହର ବିବାଦ ନିଷ୍ପତ୍ତି କରନ୍ତୁ ଓ ଆପଣଙ୍କ ହସ୍ତରୁ ମୋତେ ରକ୍ଷା କରନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.