16ଦାଉଦ ଶାଉଲଙ୍କୁ ଏହିସବୁ କଥା କହିସାରିଲା ଉତ୍ତାରେ ଶାଉଲ କହିଲେ, “ଆମ୍ଭର ପୁତ୍ର ଦାଉଦ, ଏ କʼଣ ତୁମ୍ଭର ରବ?” ତହୁଁ ଶାଉଲ ରବ ଉଠାଇ ରୋଦନ କଲେ।
17ପୁଣି, ସେ ଦାଉଦଙ୍କୁ କହିଲେ, “ତୁମ୍ଭେ ମୋʼ ଠାରୁ ଅଧିକ ଧାର୍ମିକ; କାରଣ ମୁଁ ତୁମ୍ଭର ମନ୍ଦ କଲେ ହେଁ ତୁମ୍ଭେ ମୋହର ଭଲ କରିଅଛ।
18ତୁମ୍ଭେ ମୋʼ ପ୍ରତି କିପରି ଉତ୍ତମ ବ୍ୟବହାର କରିଅଛ, ତାହା ଆଜି ପ୍ରକାଶ କରିଅଛ; କାରଣ ସଦାପ୍ରଭୁ ମୋତେ ତୁମ୍ଭ ହସ୍ତରେ ଦେଲେ ହେଁ ତୁମ୍ଭେ ମୋତେ ବଧ କଲ ନାହିଁ।
19ମନୁଷ୍ୟ ଆପଣା ଶତ୍ରୁକୁ ପାଇଲେ, ସେ କʼଣ ତାକୁ ଭଲରେ ଯିବାକୁ ଦେବ? ଏଣୁ ଆଜି ତୁମ୍ଭେ ମୋʼ ପ୍ରତି ଯାହା କରିଅଛ, ତହିଁ ଲାଗି ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦେଉନ୍ତୁ।
20ଏବେ ଦେଖ, ମୁଁ ଜାଣେ, ତୁମ୍ଭେ ଅବଶ୍ୟ ରାଜା ହେବ ଓ ତୁମ୍ଭ ହସ୍ତରେ ଇସ୍ରାଏଲର ରାଜ୍ୟ ସ୍ଥିର ହେବ।