20ଏବେ ଦେଖ, ମୁଁ ଜାଣେ, ତୁମ୍ଭେ ଅବଶ୍ୟ ରାଜା ହେବ ଓ ତୁମ୍ଭ ହସ୍ତରେ ଇସ୍ରାଏଲର ରାଜ୍ୟ ସ୍ଥିର ହେବ।
21ଏହେତୁ ଏବେ ସଦାପ୍ରଭୁଙ୍କ ନାମରେ ମୋର ନିକଟରେ ଶପଥ କର ଯେ, ତୁମ୍ଭେ ମୋʼ ଉତ୍ତାରେ ମୋହର ବଂଶକୁ ଉଚ୍ଛିନ୍ନ କରିବ ନାହିଁ ଓ ମୋହର ପିତୃଗୃହରୁ ମୋʼ ନାମ ଲୋପ କରିବ ନାହିଁ।”
22ତହିଁରେ ଦାଉଦ ଶାଉଲଙ୍କ ନିକଟରେ ଶପଥ କଲେ। ଏଉତ୍ତାରେ ଶାଉଲ ଗୃହକୁ ଗଲେ; ମାତ୍ର ଦାଉଦ ଓ ତାଙ୍କର ଲୋକମାନେ ଦୁର୍ଗମ ସ୍ଥାନକୁ ଆରୋହୀ ଗଲେ।