ପ୍ରଥମ ଶାମୁୟେଲ 24

ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, “ଯେଉଁ ଦିନ ବିଷୟରେ ସଦାପ୍ରଭୁ ତୁମ୍ଭକୁ କହିଥିଲେ, ଦେଖ, ‘ଆମ୍ଭେ ତୁମ୍ଭ ଶତ୍ରୁକୁ ତୁମ୍ଭ ହସ୍ତରେ ଦେବା, ତହିଁରେ ତୁମ୍ଭକୁ ଯେପରି ଭଲ ଦିଶିବ, ସେପରି ତୁମ୍ଭେ ତାହା ପ୍ରତି କରିବ, ସେଦିନ ଏହି ଦେଖ।’” ତହୁଁ ଦାଉଦ ଉଠି ଗୋପନରେ ଶାଉଲଙ୍କର ଚୋଗାଧଡ଼ି କାଟି ନେଲେ।

1 Samuel 24:4 (UKJV) And the men of David said unto him, Behold the day of which the LORD said unto you, Behold, I will deliver yours enemy into yours hand, that you may do to him as it shall seem good unto you. Then David arose, and cut off the skirt of Saul's robe privately.

2ତହୁଁ ଶାଉଲ ସମୁଦାୟ ଇସ୍ରାଏଲ ମଧ୍ୟରୁ ତିନି ହଜାର ବଛା ଲୋକ ନେଇ ଦାଉଦ ଓ ତାଙ୍କର ଲୋକମାନଙ୍କୁ ବନ୍ୟ ଛାଗର ଶୈଳ ସବୁରେ ଖୋଜିବାକୁ ଗଲେ।

3ପୁଣି, ସେ ପଥ ନିକଟସ୍ଥ ମେଷଶାଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ଗୋଟିଏ ଗୁମ୍ଫା ଥିଲା; ପୁଣି, ଶାଉଲ ପାଦ ଢାଙ୍କିବା ପାଇଁ ତହିଁ ଭିତରକୁ ଗଲେ। ସେହି ସମୟରେ ଦାଉଦ ଓ ତାଙ୍କର ଲୋକମାନେ ସେହି ଗୁମ୍ଫାର ଅନ୍ତର୍ଭାଗରେ ଥିଲେ।

4ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, “ଯେଉଁ ଦିନ ବିଷୟରେ ସଦାପ୍ରଭୁ ତୁମ୍ଭକୁ କହିଥିଲେ, ଦେଖ, ‘ଆମ୍ଭେ ତୁମ୍ଭ ଶତ୍ରୁକୁ ତୁମ୍ଭ ହସ୍ତରେ ଦେବା, ତହିଁରେ ତୁମ୍ଭକୁ ଯେପରି ଭଲ ଦିଶିବ, ସେପରି ତୁମ୍ଭେ ତାହା ପ୍ରତି କରିବ, ସେଦିନ ଏହି ଦେଖ।’” ତହୁଁ ଦାଉଦ ଉଠି ଗୋପନରେ ଶାଉଲଙ୍କର ଚୋଗାଧଡ଼ି କାଟି ନେଲେ।

5ମାତ୍ର ଶାଉଲଙ୍କର ବସ୍ତ୍ରଧଡ଼ି କାଟିବାରୁ ପଛେ ଦାଉଦଙ୍କର ଅନ୍ତଃକରଣ ତାଙ୍କୁ ଆଘାତ କଲା।

6ଏଣୁ ସେ ଆପଣା ଲୋକମାନଙ୍କୁ କହିଲେ, “ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତ ମୋର ପ୍ରଭୁଙ୍କ ପ୍ରତିକୂଳରେ ହାତ ଉଠାଇବି, ସଦାପ୍ରଭୁ ଏହା କରିବାକୁ ମୋତେ ନ ଦେଉନ୍ତୁ; କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.