4ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, “ଯେଉଁ ଦିନ ବିଷୟରେ ସଦାପ୍ରଭୁ ତୁମ୍ଭକୁ କହିଥିଲେ, ଦେଖ, ‘ଆମ୍ଭେ ତୁମ୍ଭ ଶତ୍ରୁକୁ ତୁମ୍ଭ ହସ୍ତରେ ଦେବା, ତହିଁରେ ତୁମ୍ଭକୁ ଯେପରି ଭଲ ଦିଶିବ, ସେପରି ତୁମ୍ଭେ ତାହା ପ୍ରତି କରିବ, ସେଦିନ ଏହି ଦେଖ।’” ତହୁଁ ଦାଉଦ ଉଠି ଗୋପନରେ ଶାଉଲଙ୍କର ଚୋଗାଧଡ଼ି କାଟି ନେଲେ।
5ମାତ୍ର ଶାଉଲଙ୍କର ବସ୍ତ୍ରଧଡ଼ି କାଟିବାରୁ ପଛେ ଦାଉଦଙ୍କର ଅନ୍ତଃକରଣ ତାଙ୍କୁ ଆଘାତ କଲା।
6ଏଣୁ ସେ ଆପଣା ଲୋକମାନଙ୍କୁ କହିଲେ, “ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତ ମୋର ପ୍ରଭୁଙ୍କ ପ୍ରତିକୂଳରେ ହାତ ଉଠାଇବି, ସଦାପ୍ରଭୁ ଏହା କରିବାକୁ ମୋତେ ନ ଦେଉନ୍ତୁ; କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।”
7ଏସବୁ କଥା ଦ୍ୱାରା ଦାଉଦ ଆପଣା ଲୋକମାନଙ୍କୁ ଦମନ କଲେ ଓ ଶାଉଲଙ୍କ ପ୍ରତିକୂଳରେ ସେମାନଙ୍କୁ ଉଠିବାକୁ ଦେଲେ ନାହିଁ। ଏଉତ୍ତାରେ ଶାଉଲ ଗୁମ୍ଫାରୁ ବାହାରି ଆପଣା ପଥରେ ଗଲେ।
8ଦାଉଦ ମଧ୍ୟ ତହିଁ ଉତ୍ତାରେ ଉଠି ଗୁମ୍ଫାରୁ ବାହାରକୁ ଗଲେ ଓ ଶାଉଲଙ୍କର ପଛେ ଡାକି କହିଲେ, “ହେ ମୋହର ପ୍ରଭୋ, ମହାରାଜ।” ତହିଁରେ ଶାଉଲ ଆପଣା ପଛକୁ ଅନାନ୍ତେ, ଦାଉଦ ଭୂମିଷ୍ଠ ହୋଇ ପ୍ରଣାମ କଲେ।