ପ୍ରଥମ ଶାମୁୟେଲ 25

ଏଥିଉତ୍ତାରେ ଶାମୁୟେଲ ମଲେ; ତହୁଁ ସମୁଦାୟ ଇସ୍ରାଏଲ ଏକତ୍ର ହୋଇ ତାଙ୍କ ପାଇଁ ବିଳାପ କଲେ ଓ ରାମାସ୍ଥିତ ତାଙ୍କର ଗୃହରେ ତାଙ୍କୁ କବର ଦେଲେ। ପୁଣି, ଦାଉଦ ଉଠି ପାରଣ ପ୍ରାନ୍ତରକୁ ଗଲେ।

1 Samuel 25:1 (UKJV) And Samuel died; and all the Israelites were gathered together, and lamented him, and buried him in his house at Ramah. And David arose, and went down to the wilderness of Paran.

1ଏଥିଉତ୍ତାରେ ଶାମୁୟେଲ ମଲେ; ତହୁଁ ସମୁଦାୟ ଇସ୍ରାଏଲ ଏକତ୍ର ହୋଇ ତାଙ୍କ ପାଇଁ ବିଳାପ କଲେ ଓ ରାମାସ୍ଥିତ ତାଙ୍କର ଗୃହରେ ତାଙ୍କୁ କବର ଦେଲେ। ପୁଣି, ଦାଉଦ ଉଠି ପାରଣ ପ୍ରାନ୍ତରକୁ ଗଲେ।

2ସେହି ସମୟରେ ମାୟୋନ୍‌ସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି, ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା।

3ସେହି ମନୁଷ୍ୟର ନାମ ନାବଲ ଓ ତାହାର ଭାର୍ଯ୍ୟାର ନାମ ଅବୀଗଲ; ସେହି ସ୍ତ୍ରୀ ବୁଦ୍ଧିମତୀ ଓ ରୂପବତୀ; ମାତ୍ର ସେହି ପୁରୁଷ କଟୁଭାଷୀ ଓ କୁକର୍ମକାରୀ ଓ ସେ କାଲେବ ବଂଶଜ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.