16ଆମ୍ଭେମାନେ ସେମାନଙ୍କ ସଙ୍ଗେ ମେଷ ଜଗିବାର ସମୟଯାକ ସେମାନେ ରାତ୍ରିରେ ଓ ଦିନରେ ଆମ୍ଭମାନଙ୍କ ପ୍ରତି ପ୍ରାଚୀର ସ୍ୱରୂପ ଥିଲେ।
17ଏହେତୁ ଏବେ ତୁମ୍ଭର କି କର୍ତ୍ତବ୍ୟ, ଏହା ବିବେଚନା କରି ବୁଝ; କାରଣ ଆମ୍ଭମାନଙ୍କ କର୍ତ୍ତା ଓ ତାଙ୍କର ସମସ୍ତ ଗୃହ ପ୍ରତିକୂଳରେ ଅମଙ୍ଗଳ ସ୍ଥିର ହୋଇଅଛି; ମାତ୍ର ସେ ଏପରି ଦୁଷ୍ଟ ଲୋକ ଯେ, ତାଙ୍କୁ କେହି କିଛି କହି ନ ପାରେ।”
18ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୁଟି ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚୋଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ ଓ ଶହେ ପେଣ୍ଡା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମ୍ବିରି ଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା।
19ପୁଣି, ସେ ଆପଣା ଯୁବାମାନଙ୍କୁ କହିଲା, “ମୋହର ଆଗେ ଆଗେ ଚାଲ; ଦେଖ, ମୁଁ ତୁମ୍ଭମାନଙ୍କ ପଛେ ପଛେ ଯାଉଅଛି।” ମାତ୍ର ସେ ଆପଣା ସ୍ୱାମୀ ନାବଲକୁ ଏହା ଜଣାଇଲା ନାହିଁ।
20ଏରୂପେ ସେ ଗର୍ଦ୍ଦଭ ଉପରେ ଚଢ଼ି ପର୍ବତ ଉହାଡ଼ ନିକଟକୁ ଆସନ୍ତେ, ଦେଖ, ଦାଉଦ ଓ ତାଙ୍କର ଲୋକମାନେ ଅବୀଗଲ ସମ୍ମୁଖରେ ଉପସ୍ଥିତ ହେଲେ ଓ ସେ ସେମାନଙ୍କୁ ଭେଟିଲା।