ପ୍ରଥମ ଶାମୁୟେଲ 25

ପୁଣି, ସେ ଆପଣା ଯୁବାମାନଙ୍କୁ କହିଲା, “ମୋହର ଆଗେ ଆଗେ ଚାଲ; ଦେଖ, ମୁଁ ତୁମ୍ଭମାନଙ୍କ ପଛେ ପଛେ ଯାଉଅଛି।” ମାତ୍ର ସେ ଆପଣା ସ୍ୱାମୀ ନାବଲକୁ ଏହା ଜଣାଇଲା ନାହିଁ।

1 Samuel 25:19 (UKJV) And she said unto her servants, Go on before me; behold, I come after you. But she told not her husband Nabal.

17ଏହେତୁ ଏବେ ତୁମ୍ଭର କି କର୍ତ୍ତବ୍ୟ, ଏହା ବିବେଚନା କରି ବୁଝ; କାରଣ ଆମ୍ଭମାନଙ୍କ କର୍ତ୍ତା ଓ ତାଙ୍କର ସମସ୍ତ ଗୃହ ପ୍ରତିକୂଳରେ ଅମଙ୍ଗଳ ସ୍ଥିର ହୋଇଅଛି; ମାତ୍ର ସେ ଏପରି ଦୁଷ୍ଟ ଲୋକ ଯେ, ତାଙ୍କୁ କେହି କିଛି କହି ନ ପାରେ।”

18ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୁଟି ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚୋଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ ଓ ଶହେ ପେଣ୍ଡା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମ୍ବିରି ଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା।

19ପୁଣି, ସେ ଆପଣା ଯୁବାମାନଙ୍କୁ କହିଲା, “ମୋହର ଆଗେ ଆଗେ ଚାଲ; ଦେଖ, ମୁଁ ତୁମ୍ଭମାନଙ୍କ ପଛେ ପଛେ ଯାଉଅଛି।” ମାତ୍ର ସେ ଆପଣା ସ୍ୱାମୀ ନାବଲକୁ ଏହା ଜଣାଇଲା ନାହିଁ।

20ଏରୂପେ ସେ ଗର୍ଦ୍ଦଭ ଉପରେ ଚଢ଼ି ପର୍ବତ ଉହାଡ଼ ନିକଟକୁ ଆସନ୍ତେ, ଦେଖ, ଦାଉଦ ଓ ତାଙ୍କର ଲୋକମାନେ ଅବୀଗଲ ସମ୍ମୁଖରେ ଉପସ୍ଥିତ ହେଲେ ଓ ସେ ସେମାନଙ୍କୁ ଭେଟିଲା।

21ପୂର୍ବରେ ଦାଉଦ କହିଥିଲେ, “ମୁଁ ଏଇଟାର ପ୍ରାନ୍ତରରେ ଥିବା ଦ୍ରବ୍ୟସବୁ ଖାଲି ମିଛରେ ଜଗିଲି, ଏହାର ସବୁ ଦ୍ରବ୍ୟରୁ କିଛି ହରଣ ହୋଇ ନାହିଁ; ମାତ୍ର ସେ ଭଲ ପାଲଟେ ମୋର ମନ୍ଦ କରିଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.