ପ୍ରଥମ ଶାମୁୟେଲ 25

ଏଣୁ ଅବୀଗଲ ଦାଉଦଙ୍କୁ ଦେଖନ୍ତେ, ଶୀଘ୍ର ଗର୍ଦ୍ଦଭରୁ ଓହ୍ଲାଇ ଦାଉଦଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ଭୂମିଷ୍ଠ ପ୍ରଣାମ କଲା।

1 Samuel 25:23 (UKJV) And when Abigail saw David, she hasted, and lighted off the ass, and fell before David on her face, and bowed herself to the ground,

21ପୂର୍ବରେ ଦାଉଦ କହିଥିଲେ, “ମୁଁ ଏଇଟାର ପ୍ରାନ୍ତରରେ ଥିବା ଦ୍ରବ୍ୟସବୁ ଖାଲି ମିଛରେ ଜଗିଲି, ଏହାର ସବୁ ଦ୍ରବ୍ୟରୁ କିଛି ହରଣ ହୋଇ ନାହିଁ; ମାତ୍ର ସେ ଭଲ ପାଲଟେ ମୋର ମନ୍ଦ କରିଅଛି।

22ଏହାର ଯାହା କିଛି ଅଛି, ସେସବୁ ମଧ୍ୟରୁ ଯେବେ ସକାଳ ଆଲୁଅ ପର୍ଯ୍ୟନ୍ତ ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ରଖେ, ତେବେ ପରମେଶ୍ୱର ଦାଉଦଙ୍କର ଶତ୍ରୁମାନଙ୍କୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”

23ଏଣୁ ଅବୀଗଲ ଦାଉଦଙ୍କୁ ଦେଖନ୍ତେ, ଶୀଘ୍ର ଗର୍ଦ୍ଦଭରୁ ଓହ୍ଲାଇ ଦାଉଦଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ଭୂମିଷ୍ଠ ପ୍ରଣାମ କଲା।

24ପୁଣି, ତାଙ୍କ ଚରଣରେ ପଡ଼ି କହିଲା, “ହେ ମୋହର ପ୍ରଭୋ, ମୋʼ ଉପରେ, ମୋହର ଉପରେ ହିଁ ସେହି ଅପରାଧ ବର୍ତ୍ତୁ; ଆପଣା ଦାସୀକୁ ଆପଣଙ୍କ କର୍ଣ୍ଣଗୋଚରରେ କହିବାକୁ ଦେଉନ୍ତୁ ଓ ଆପଣା ଦାସୀର କଥା ଆପଣ ଶୁଣନ୍ତୁ।

25ବିନୟ କରୁଅଛି, ମୋହର ପ୍ରଭୋ, ସେହି ଦୁଷ୍ଟ ମନୁଷ୍ୟ ନାବଲକୁ ମନରେ ନ କରନ୍ତୁ; କାରଣ ତାହାର ନାମ ଯେପରି, ସେ ସେପରି; ତାହାର ନାମ ନାବଲ ଓ ମୂଢ଼ତା ତାହାଠାରେ ଅଛି; ମାତ୍ର ଆପଣଙ୍କ ଏହି ଦାସୀ ମୋହର ପ୍ରଭୁଙ୍କ ପ୍ରେରିତ ଯୁବାମାନଙ୍କୁ ଦେଖି ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.