30ସଦାପ୍ରଭୁ ଆପଣଙ୍କ ବିଷୟରେ ଯେସମସ୍ତ ମଙ୍ଗଳ କଥା କହିଅଛନ୍ତି, ତାହା ଯେତେବେଳେ ସେ ମୋର ପ୍ରଭୁଙ୍କ ପ୍ରତି ସଫଳ କରି ଆପଣଙ୍କୁ ଇସ୍ରାଏଲର ଅଗ୍ରଣୀ ରୂପେ ନିଯୁକ୍ତ କରିବେ,
31ସେତେବେଳେ ଆପଣ ଅକାରଣରେ ରକ୍ତପାତ କଲେ, କିଅବା ମୋର ପ୍ରଭୁ ନିଜେ ଆତ୍ମ-ପ୍ରତିକାର କଲେ ବୋଲି ଆପଣଙ୍କର ବିଘ୍ନ କି ହୃଦୟର ବ୍ୟସ୍ତତା ଜନ୍ମିବ ନାହିଁ; ମାତ୍ର ସଦାପ୍ରଭୁ ମୋର ପ୍ରଭୁଙ୍କ ମଙ୍ଗଳ କରିବା ବେଳେ ଆପଣଙ୍କର ଏହି ଦାସୀକୁ ସ୍ମରଣ କରିବେ।”
32ଏଥିରେ ଦାଉଦ ଅବୀଗଲକୁ କହିଲେ, “ଆଜି ଯେ ମୋʼ ସଙ୍ଗରେ ସାକ୍ଷାତ କରିବାକୁ ତୁମ୍ଭକୁ ପଠାଇଲେ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ;
33ପୁଣି, ତୁମ୍ଭର ସୁବିଚାର ଧନ୍ୟ ହେଉ ଓ ଆଜି ମୋତେ ରକ୍ତପାତ ଦୋଷରୁ ଓ ମୋର ନିଜ ହସ୍ତରେ ଆତ୍ମ-ପ୍ରତିକାରରୁ ନିବୃତ୍ତ କଲ ଯେ ତୁମ୍ଭେ, ତୁମ୍ଭେ ଧନ୍ୟା ହୁଅ।
34କାରଣ ତୁମ୍ଭକୁ ହିଂସା କରିବାରୁ ମୋତେ ବାରଣ କଲେ ଯେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ତାହାଙ୍କର ଜୀବିତ ଥିବା ପ୍ରମାଣେ ଏହା ସତ୍ୟ ଯେ, ତୁମ୍ଭେ ଶୀଘ୍ର ମୋତେ ଭେଟିବା ପାଇଁ ଆସି ନ ଥିଲେ, ସକାଳ ଆଲୁଅ ବେଳକୁ ନାବଲର ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ନ ଥାଆନ୍ତା।”