ପ୍ରଥମ ଶାମୁୟେଲ 25

ଆଉ ନାବଲ ଆପଣା ମେଷର ଲୋମ ଛେଦନ କରୁଅଛି ବୋଲି ଦାଉଦ ପ୍ରାନ୍ତରରେ ଶୁଣିଲେ।

1 Samuel 25:4 (UKJV) And David heard in the wilderness that Nabal did shear his sheep.

2ସେହି ସମୟରେ ମାୟୋନ୍‌ସ୍ଥିତ ଜଣେ ଲୋକ କର୍ମିଲରେ ବ୍ୟବସାୟ କରୁଥିଲା; ସେ ଅତି ବଡ଼ ଲୋକ ଓ ତାହାର ତିନି ସହସ୍ର ମେଷ ଓ ଏକ ସହସ୍ର ଛାଗୀ ଥିଲେ; ପୁଣି, ସେ କର୍ମିଲରେ ଆପଣା ମେଷଲୋମ ଛେଦନ କରୁଥିଲା।

3ସେହି ମନୁଷ୍ୟର ନାମ ନାବଲ ଓ ତାହାର ଭାର୍ଯ୍ୟାର ନାମ ଅବୀଗଲ; ସେହି ସ୍ତ୍ରୀ ବୁଦ୍ଧିମତୀ ଓ ରୂପବତୀ; ମାତ୍ର ସେହି ପୁରୁଷ କଟୁଭାଷୀ ଓ କୁକର୍ମକାରୀ ଓ ସେ କାଲେବ ବଂଶଜ ଥିଲା।

4ଆଉ ନାବଲ ଆପଣା ମେଷର ଲୋମ ଛେଦନ କରୁଅଛି ବୋଲି ଦାଉଦ ପ୍ରାନ୍ତରରେ ଶୁଣିଲେ।

5ତହିଁରେ ଦାଉଦ ଦଶ ଜଣ ଯୁବାଙ୍କୁ ପଠାଇଲେ ଓ ଦାଉଦ ସେହି ଯୁବାମାନଙ୍କୁ କହିଲେ, “ତୁମ୍ଭେମାନେ କର୍ମିଲକୁ ଉଠି ନାବଲ କତିକି ଯାଅ ଓ ମୋହର ନାମରେ ତାହାକୁ ନମସ୍କାର ଜଣାଅ।

6ପୁଣି, ତାହାକୁ ଏପରି କୁହ, ‘ତୁମ୍ଭେ ଚିରଜୀବୀ ହୁଅ, ତୁମ୍ଭର ମଙ୍ଗଳ ହେଉ, ତୁମ୍ଭ ଗୃହର ମଙ୍ଗଳ ହେଉ ଓ ତୁମ୍ଭ ସର୍ବସ୍ୱର ମଙ୍ଗଳ ହେଉ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.