ପ୍ରଥମ ଶାମୁୟେଲ 25

ତହୁଁ ଦାଉଦଙ୍କର ଦାସମାନେ କର୍ମିଲକୁ; ଅବୀଗଲ କତିକି ଆସି ତାହାକୁ କହିଲେ, “ଦାଉଦ ତୁମ୍ଭକୁ ବିବାହ କରିବା ପାଇଁ ତାଙ୍କ ନିକଟକୁ ନେବାକୁ ଆମ୍ଭମାନଙ୍କୁ ତୁମ୍ଭ କତିକି ପଠାଇଅଛନ୍ତି।”

1 Samuel 25:40 (UKJV) And when the servants of David were come to Abigail to Carmel, they spoke unto her, saying, David sent us unto you, to take you to him to wife.

38ଏଥିଉତ୍ତାରେ ଊଣାଧିକ ଦଶ ଦିନ ଉତ୍ତାରେ ସଦାପ୍ରଭୁ ନାବଲକୁ ଆଘାତ କରନ୍ତେ, ସେ ମଲା।

39ଏଉତ୍ତାରେ ନାବଲ ମରିଅଛି, ଏହା ଦାଉଦ ଶୁଣି କହିଲେ, “ନାବଲ ହସ୍ତରୁ ମୋହର ଅପମାନଜନକ ବିବାଦର ପ୍ରତିବାଦ କଲେ ଓ ଆପଣା ଦାସକୁ ମନ୍ଦ କର୍ମରୁ ନିବୃତ୍ତ କଲେ ଯେ ସଦାପ୍ରଭୁ, ସେ ଧନ୍ୟ ହେଉନ୍ତୁ; ଆଉ ସଦାପ୍ରଭୁ ନାବଲର ମନ୍ଦ କର୍ମର ପ୍ରତିଫଳ ତାହା ମସ୍ତକରେ ବର୍ତ୍ତାଇଅଛନ୍ତି।” ଏଉତ୍ତାରେ ଦାଉଦ ଅବୀଗଲକୁ ବିବାହ କରିବା ବିଷୟ କଥାବାର୍ତ୍ତା କରିବା ପାଇଁ ତାହା ନିକଟକୁ ଲୋକ ପଠାଇଲେ।

40ତହୁଁ ଦାଉଦଙ୍କର ଦାସମାନେ କର୍ମିଲକୁ; ଅବୀଗଲ କତିକି ଆସି ତାହାକୁ କହିଲେ, “ଦାଉଦ ତୁମ୍ଭକୁ ବିବାହ କରିବା ପାଇଁ ତାଙ୍କ ନିକଟକୁ ନେବାକୁ ଆମ୍ଭମାନଙ୍କୁ ତୁମ୍ଭ କତିକି ପଠାଇଅଛନ୍ତି।”

41ଏଥିରେ ସେ ଉଠି ଭୂମିଷ୍ଠ ପ୍ରଣାମ କରି କହିଲା, “ଦେଖ, ତୁମ୍ଭ ଦାସୀ ମୋହର ପ୍ରଭୁଙ୍କ ଦାସମାନଙ୍କ ପାଦ ଧୋଇବା ଦାସୀ।”

42ତହୁଁ ଅବୀଗଲ ନିଜର ପାଞ୍ଚ ଅନୁଚରୀ ଯୁବତୀଙ୍କି ସଙ୍ଗେ ଘେନି ଶୀଘ୍ର ଉଠି ଗର୍ଦ୍ଦଭ ଉପରେ ଆରୋହଣ କଲା; ପୁଣି, ସେ ଦାଉଦଙ୍କର ଦୂତମାନଙ୍କ ପଶ୍ଚାଦ୍‍ଗମନ କରି ତାଙ୍କର ଭାର୍ଯ୍ୟା ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.