40ତହୁଁ ଦାଉଦଙ୍କର ଦାସମାନେ କର୍ମିଲକୁ; ଅବୀଗଲ କତିକି ଆସି ତାହାକୁ କହିଲେ, “ଦାଉଦ ତୁମ୍ଭକୁ ବିବାହ କରିବା ପାଇଁ ତାଙ୍କ ନିକଟକୁ ନେବାକୁ ଆମ୍ଭମାନଙ୍କୁ ତୁମ୍ଭ କତିକି ପଠାଇଅଛନ୍ତି।”
41ଏଥିରେ ସେ ଉଠି ଭୂମିଷ୍ଠ ପ୍ରଣାମ କରି କହିଲା, “ଦେଖ, ତୁମ୍ଭ ଦାସୀ ମୋହର ପ୍ରଭୁଙ୍କ ଦାସମାନଙ୍କ ପାଦ ଧୋଇବା ଦାସୀ।”
42ତହୁଁ ଅବୀଗଲ ନିଜର ପାଞ୍ଚ ଅନୁଚରୀ ଯୁବତୀଙ୍କି ସଙ୍ଗେ ଘେନି ଶୀଘ୍ର ଉଠି ଗର୍ଦ୍ଦଭ ଉପରେ ଆରୋହଣ କଲା; ପୁଣି, ସେ ଦାଉଦଙ୍କର ଦୂତମାନଙ୍କ ପଶ୍ଚାଦ୍ଗମନ କରି ତାଙ୍କର ଭାର୍ଯ୍ୟା ହେଲା।
43ମଧ୍ୟ ଦାଉଦ ଯିଷ୍ରିୟେଲୀୟା ଅହୀନୋୟମକୁ ବିବାହ କଲେ; ତହିଁରେ ସେ ଦୁହେଁ ତାଙ୍କର ଭାର୍ଯ୍ୟା ହେଲେ।
44ମାତ୍ର ଶାଉଲ ଆପଣା ମୀଖଲ ନାମ୍ନୀ କନ୍ୟା ଦାଉଦଙ୍କର ଭାର୍ଯ୍ୟାକୁ ଗଲ୍ଲୀମ ନିବାସୀ ଲୟିଶର ପୁତ୍ର ପଲ୍ଟିକୁ ଦେଇଥିଲେ।