6ପୁଣି, ତାହାକୁ ଏପରି କୁହ, ‘ତୁମ୍ଭେ ଚିରଜୀବୀ ହୁଅ, ତୁମ୍ଭର ମଙ୍ଗଳ ହେଉ, ତୁମ୍ଭ ଗୃହର ମଙ୍ଗଳ ହେଉ ଓ ତୁମ୍ଭ ସର୍ବସ୍ୱର ମଙ୍ଗଳ ହେଉ।
7ଆମ୍ଭେ ଶୁଣିଲୁ, ତୁମ୍ଭର ଲୋମଛେଦକମାନେ ଅଛନ୍ତି; ତୁମ୍ଭର ମେଷପାଳକମାନେ ଏବେ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ଆମ୍ଭେମାନେ ସେମାନଙ୍କର କୌଣସି ଅପକାର କରି ନାହୁଁ, କିଅବା କର୍ମିଲରେ ଥିବା ସମୟଯାକ ସେମାନଙ୍କର କିଛି ହଜି ନାହିଁ।
8ତୁମ୍ଭେ ଆପଣା ଯୁବାମାନଙ୍କୁ ପଚାର, ସେମାନେ କହିବେ; ଏହେତୁ ଏହି ଯୁବାମାନେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଉନ୍ତୁ; କାରଣ ଆମ୍ଭେମାନେ ଶୁଭ ଦିନରେ ଆସିଅଛୁ। ବିନୟ କରୁଅଛୁ, ତୁମ୍ଭ ହସ୍ତରେ ଯାହା ଆସେ, ତାହା ତୁମ୍ଭେ ଆପଣା ଦାସମାନଙ୍କୁ ଓ ଆପଣା ପୁତ୍ର ଦାଉଦଙ୍କୁ ଦିଅ।’”
9ତହୁଁ ଦାଉଦଙ୍କର ଯୁବାମାନେ ଯାଇ ଦାଉଦଙ୍କ ନାମରେ ନାବଲକୁ ଏହିସବୁ କଥା କହି କ୍ଷାନ୍ତ ହେଲେ।
10ତହିଁରେ ନାବଲ ଦାଉଦଙ୍କର ଦାସମାନଙ୍କୁ ଉତ୍ତର ଦେଇ କହିଲା, “ଦାଉଦ କିଏ? ଯିଶୀର ପୁତ୍ର କିଏ? ଆଜିକାଲି ଅନେକ ଦାସ ଅଛନ୍ତି, ଯେଉଁମାନେ ଆପଣା ଆପଣା ମୁନିବଠାରୁ ବିଗିଡ଼ି ବୁଲୁଛନ୍ତି।