1ଏଥିଉତ୍ତାରେ ସୀଫୀୟମାନେ ଗିବୀୟାକୁ ଶାଉଲଙ୍କ ନିକଟକୁ ଆସି କହିଲେ, “ଦାଉଦ କʼଣ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଆପଣାକୁ ଲୁଚାଇ ନାହିଁ।”
2ଏଥିରେ ଶାଉଲ ଉଠି ସୀଫ୍ ପ୍ରାନ୍ତରରେ ଦାଉଦଙ୍କୁ ଖୋଜିବା ପାଇଁ ଇସ୍ରାଏଲର ତିନି ସହସ୍ର ବଛା ଲୋକ ସଙ୍ଗେ ନେଇ ସୀଫ୍ ପ୍ରାନ୍ତରକୁ ଗଲେ।
3ପୁଣି, ଶାଉଲ ପଥ ପାର୍ଶ୍ୱରେ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଛାଉଣି ସ୍ଥାପନ କଲେ। ମାତ୍ର ଦାଉଦ ପ୍ରାନ୍ତରରେ ବାସ କରୁଥିଲେ, ପୁଣି, ଶାଉଲ ତାଙ୍କ ପଛେ ପଛେ ପ୍ରାନ୍ତରକୁ ଆସିଅଛନ୍ତି, ଏହା ସେ ଦେଖିଲେ।