ପ୍ରଥମ ଶାମୁୟେଲ 26

ତହୁଁ ଦାଉଦ ଶାଉଲଙ୍କର ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଲେ ଓ ସେମାନେ ବାହାରିଗଲେ, ମାତ୍ର ସମସ୍ତେ ନିଦ୍ରିତ ଥିବାରୁ କେହି ତାହା ଦେଖିଲା ନାହିଁ, କି ଜାଣିଲା ନାହିଁ, କି କେହି ଜାଗିଲା ନାହିଁ; କାରଣ ସମସ୍ତେ ନିଦ୍ରିତ ଥିଲେ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଘୋର ନିଦ୍ରାଗ୍ରସ୍ତ କରିଥିଲେ।

1 Samuel 26:12 (UKJV) So David took the spear and the cruse of water from Saul's bolster; and they got them away, and no man saw it, nor knew it, neither awaked: for they were all asleep; because a deep sleep from the LORD was fallen upon them.

10ଆହୁରି ଦାଉଦ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ତାଙ୍କୁ ଆଘାତ କରିବେ; ଅବା ତାଙ୍କର ମରଣ ଦିନ ଉପସ୍ଥିତ ହେବ; କିଅବା ସେ ଯୁଦ୍ଧକୁ ଯାଇ ବିନଷ୍ଟ ହେବେ।

11ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋʼ ଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇଆସ, ଆମ୍ଭେମାନେ ଯିବା।”

12ତହୁଁ ଦାଉଦ ଶାଉଲଙ୍କର ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଲେ ଓ ସେମାନେ ବାହାରିଗଲେ, ମାତ୍ର ସମସ୍ତେ ନିଦ୍ରିତ ଥିବାରୁ କେହି ତାହା ଦେଖିଲା ନାହିଁ, କି ଜାଣିଲା ନାହିଁ, କି କେହି ଜାଗିଲା ନାହିଁ; କାରଣ ସମସ୍ତେ ନିଦ୍ରିତ ଥିଲେ; ଯେହେତୁ ସଦାପ୍ରଭୁ ସେମାନଙ୍କୁ ଘୋର ନିଦ୍ରାଗ୍ରସ୍ତ କରିଥିଲେ।

13ଏଉତ୍ତାରେ ଦାଉଦ ସେପାଖକୁ ଯାଇ ଦୂର ପର୍ବତ ଶିଖରରେ ଠିଆ ହେଲେ; ସେମାନଙ୍କ ମଧ୍ୟରେ ବହୁତ ସ୍ଥାନ ଅନ୍ତର ଥିଲା।

14ଆଉ ଦାଉଦ ଲୋକମାନଙ୍କୁ ଓ ନେର୍‍ର ପୁତ୍ର ଅବ୍‍ନରକୁ ଡାକି କହିଲେ, “ହେ ଅବ୍‍ନର, ତୁମ୍ଭେ କʼଣ ଉତ୍ତର ଦେବ ନାହିଁ?” ତେବେ ଅବ୍‍ନର ଉତ୍ତର ଦେଇ କହିଲା, “ରାଜାଙ୍କୁ ଡାକ ପକାଇବା ଲୋକ ତୁମ୍ଭେ କିଏ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.