ପ୍ରଥମ ଶାମୁୟେଲ 26

ତୁମ୍ଭେ ଏହି ଯେଉଁ କର୍ମ କଲ, ତାହା ଭଲ ନୁହେଁ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ପ୍ରାଣଦଣ୍ଡ ଯୋଗ୍ୟ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଅଭିଷିକ୍ତ ତୁମ୍ଭମାନଙ୍କ ପ୍ରଭୁଙ୍କୁ ଜଗି ରହିଲ ନାହିଁ। ଏବେ ରାଜାଙ୍କ ବର୍ଚ୍ଛା ଓ ତାଙ୍କ ମସ୍ତକ ନିକଟରେ ଥିବା ଜଳପାତ୍ର କାହିଁ, ଦେଖିଲ?”

1 Samuel 26:16 (UKJV) This thing is not good that you have done. As the LORD lives, all of you are worthy to die, because all of you have not kept your master, the LORD's anointed. And now see where the king's spear is, and the cruse of water that was at his bolster.

14ଆଉ ଦାଉଦ ଲୋକମାନଙ୍କୁ ଓ ନେର୍‍ର ପୁତ୍ର ଅବ୍‍ନରକୁ ଡାକି କହିଲେ, “ହେ ଅବ୍‍ନର, ତୁମ୍ଭେ କʼଣ ଉତ୍ତର ଦେବ ନାହିଁ?” ତେବେ ଅବ୍‍ନର ଉତ୍ତର ଦେଇ କହିଲା, “ରାଜାଙ୍କୁ ଡାକ ପକାଇବା ଲୋକ ତୁମ୍ଭେ କିଏ?”

15ଏଥିରେ ଦାଉଦ ଅବ୍‍ନରକୁ କହିଲେ, “ତୁମ୍ଭେ କି ଜଣେ ପୁରୁଷ ନୁହଁ? ଇସ୍ରାଏଲ ମଧ୍ୟରେ ତୁମ୍ଭ ପରି କିଏ ଅଛି? ତେବେ ତୁମ୍ଭେ କାହିଁକି ଆପଣା ପ୍ରଭୁ ରାଜାଙ୍କୁ ଜଗି ରହିଲ ନାହିଁ? କାରଣ ତୁମ୍ଭ ପ୍ରଭୁ ରାଜାଙ୍କୁ ବିନାଶ କରିବା ପାଇଁ ଲୋକମାନଙ୍କ ମଧ୍ୟରୁ ଜଣେ ଆସିଥିଲା।

16ତୁମ୍ଭେ ଏହି ଯେଉଁ କର୍ମ କଲ, ତାହା ଭଲ ନୁହେଁ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ପ୍ରାଣଦଣ୍ଡ ଯୋଗ୍ୟ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଅଭିଷିକ୍ତ ତୁମ୍ଭମାନଙ୍କ ପ୍ରଭୁଙ୍କୁ ଜଗି ରହିଲ ନାହିଁ। ଏବେ ରାଜାଙ୍କ ବର୍ଚ୍ଛା ଓ ତାଙ୍କ ମସ୍ତକ ନିକଟରେ ଥିବା ଜଳପାତ୍ର କାହିଁ, ଦେଖିଲ?”

17ସେତେବେଳେ ଶାଉଲ ଦାଉଦଙ୍କର ରବ ବାରି କହିଲେ, “ହେ ମୋର ପୁତ୍ର ଦାଉଦ, ଏ କʼଣ ତୁମ୍ଭର ରବ?” ତହିଁରେ ଦାଉଦ କହିଲେ, “ମୋହର ରବ, ମୋହର ପ୍ରଭୁ, ମହାରାଜ।”

18ଆହୁରି ସେ କହିଲେ, “ମୋର ପ୍ରଭୁ ଆପଣା ଦାସ ପଛେ ପଛେ କାହିଁକି ଗୋଡ଼ାଇଅଛନ୍ତି? ମୁଁ କଅଣ କରିଅଛି? ଅବା ମୋʼ ହାତରେ କେଉଁ ମନ୍ଦତା ଅଛି?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.